ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

କୁଆପଥରଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି। ବାଙ୍ଗିରିପୋଷିର ମହୁଲବାରେଳି, ସାରସପୋଷି ସମେତ ଦଶରୁ ଅଧିକ ଘର ବୁଲି ସ୍ଥିତି ଅନୁଧ୍ୟାନ କରିବା ପରେ ଏନେଇ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ୂର

ବାରିପଦା: କୁଆପଥରଝଡ଼ ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର କ୍ଷତିଗ୍ରସ୍ତମାନଙ୍କୁ ସନ୍ଧ୍ୟା ସୁଦ୍ଧା ମିଳିବ ସହାୟତା ରାଶି। ବାଙ୍ଗିରିପୋଷିର ମହୁଲବାରେଳି, ସାରସପୋଷି ସମେତ ଦଶରୁ ଅଧିକ ଘର ବୁଲି ସ୍ଥିତି ଅନୁଧ୍ୟାନ କରିବା ପରେ ଏନେଇ ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ବି ବୁଲି ସ୍ଥିତିର ଅନୁଧ୍ୟାନ କରିଥିଲେ।

କୁଆପଥରଝଡ଼ ଯୋଗୁଁ ପ୍ରାଥମିକ ଆକଳନ ଅନୁସାରେ  ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚା ଘର ଗୁରୁତର କ୍ଷତିଗ୍ରସ୍ତହୋଇଛି  ଏବଂ ୨୯୫ ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆ ପଥର ଝଡ଼ରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ଯ କ୍ଷତିଗ୍ରସ୍ତ ହୋଇଛି।

ସୂଚନାଯୋଗ୍ୟ, କୁଆପଥରଝଡ଼ ଯୋଗୁଁ ପ୍ରାଥମିକ ଆକଳନ ଅନୁସାରେ  ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର  ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି।
ଏଥିରେ ୩୫୦ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଥବା ବେଳେ ୧୧ଟି କଚ୍ଚା ଘର ଗୁରୁତର କ୍ଷତିଗ୍ରସ୍ତହୋଇଛି  ଏବଂ ୨୯୫ ଟି କଚ୍ଚା ଘର ଆଂଶିକ ଭାବେ ନଷ୍ଟ ହୋଇଥିବା ବେଳେ ୪ଗୋଟି ଗାଈ ଗୁହାଳ ଘର ନଷ୍ଟ ହୋଇଛି। ଏତଦ ବ୍ୟତୀତ ଏହି କୁଆ ପଥର ଝଡ଼ରେ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନର ଭିତ୍ତିଭୂମି ମଧ୍ଯ କ୍ଷତିଗ୍ରସ୍ତ ହୋଇଛି।

ହି ପରିପ୍ରେକ୍ଷୀରେ ରେ ପ୍ରଶାସନ ତରଫରୁ ବିଭିନ୍ନ ସ୍ଥାନ ରେ ରିଲିଫ କେନ୍ଦ୍ର ଖୋଲାଯାଇ କ୍ଷତିଗ୍ରସ୍ତ ଲୋକମାନଙ୍କୁ ରଖାଯାଇଛି ଏବଂ ଘରଭାଙ୍ଗି ଯାଇଥିବା ଲୋକମାନଙ୍କୁ ୧୨୭ ଟି ପଲିଥିନ ରୋଲ ଯୋଗାଇ ଦିଆଯାଇଛି।ଏଥି ସହିତ ଲୋକମାନଙ୍କ ଆଶୁ ଚିକିତ୍ସା ସେବା  ପାଇଁ ୫ଟି ମେଡିକାଲ ଟିମ ନିୟୋଜିତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe