ପୁରୀ: ଆଉ ମାତ୍ର ଚାରି ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏ ନେଇ ଆଜି ପୁରୀରେ ଚୂଡ଼ାନ୍ତ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଶୃଙ୍ଖଳିତ ରଥଯାତ୍ରା ନେଇ ୧୧ଟାରେ ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ। ବୈଠକରେ ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ଆଲୋଚନା ହୋଇଛି।  ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିମଳ ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା ନେଇ ବୈଠକରେ ସମୀକ୍ଷା କରାଯାଇଛି।

Advertisment

ଶୃଙ୍ଖଳିତ ରଥଯାତ୍ରା ନେଇ ୧୧ଟାରେ ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା  ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ । ବୈଠକରେ ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ଆଲୋଚନା ହୋଇଛି ।  ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିମଳ ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା ନେଇ ବୈଠକରେ ସମୀକ୍ଷା କରାଯାଇଛି। ଏହି  ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର,  ମୁଖ୍ୟ ଶାସନ ସଚିବ, ଜିଲ୍ଲାର ସମସ୍ତ ବିଧାୟକ,  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଥିଲେ।

ଏହି  ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର,  ମୁଖ୍ୟ ଶାସନ ସଚିବ, ଜିଲ୍ଲାର ସମସ୍ତ ବିଧାୟକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିଥିଲେ।