ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପଂହଚାଇବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆଜି ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପଂହଚାଇବା ଉପରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ଗୁରୁତ୍ୱାରୋପ କରିଛନ୍ତି।

gov

ଭୁବନେଶ୍ୱର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପଂହଚାଇବା ଉପରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ଗୁରୁତ୍ୱାରୋପ କରିଛନ୍ତି। ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆଜି ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା ଅବସରରେ ରାଜ୍ୟପାଳ ଏହି ଗୁରୁତ୍ୱାରୋପ କରିଛନ୍ତି। ଏତଦ୍‌ବ୍ୟତୀତ ପ୍ରତ୍ୟେକ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ଉପରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟପାଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ରାଜ୍ୟରେ ଜଳ ଜୀବନ ମିସନ ଯୋଜନାର କାର୍ଯ୍ୟକାରିତା ଏବଂ ଏହି ଯୋଜନା ଅନ୍ତର୍ଗତ ଗ୍ରାମୀଣ କାର୍ଯ୍ୟକ୍ରମରେ ଘରୋଇ ପାଇପ୍ ଜଳ ସଂଯୋଗ କ୍ଷେତ୍ରରେ ଅଗ୍ରଗତି ସଂପର୍କରେ ବିଶଦଭାବେ ସମୀକ୍ଷା କରିଥିଲେ। ବିଶୁଦ୍ଧ ପାନୀୟ ଜଳ ହେଉଛି ଲୋକଙ୍କର ମୌଳିକ ଆବଶ୍ୟକତା ଏଣୁ ପ୍ରତ୍ୟେକ ପରିବାରକୁ ବିଶୁଦ୍ଧ ଜଳ ଯୋଗାଇବା ସରକାରଙ୍କର ପ୍ରାଥମିକତା ବୋଲି ରାଜ୍ୟପାଳ କହିବା ସହିତ ଏକ୍ଷେତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଦୃଷ୍ଟି କୋଣ ଉଲ୍ଲେଖ କରିଥିଲେ। ବିଭିନ୍ନ କାର୍ଯ୍ୟନିର୍ବାହୀ ସଂସ୍ଥାଗୁଡ଼ିକ ସମ୍ମୁଖୀନ ହେଉଥିବା ଅସୁବିଧା ସଂପର୍କରେ ରାଜ୍ୟପାଳ ଆଲୋଚନା କରିଥିଲେ। ବିଭିନ୍ନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ମାନ, ସମୟୋଚିତ କାର୍ଯ୍ୟ ସମାପନ ଏବଂ ଦୀର୍ଘକାଳୀନ ସ୍ଥାୟିତ୍ୱ ସୁନିଶ୍ଚିତ କରିବା ଉପରେ ରାଜ୍ୟପାଳ ଗୁରୁତ୍ୱାରାପ କରିଥିଲେ।

ଗ୍ରାମୀଣ ଜୀବନ ପରିବŧର୍ନ କରିବାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ କହିବା ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଠିକ୍ ରୂପାୟନ ଜୀବନ ଧାରଣର ମାନରେ ଉନ୍ନତ ଆଣିପାରିବ ବୋଲି କହିଥିଲେ। ଏତଦ୍‌ବ୍ୟତୀତ ରାଜ୍ୟପାଳ କହିଥିଲେ ଯେ, ପଞ୍ଚାୟତ ବ୍ୟବସ୍ଥା ଲୋକଙ୍କ ନିକଟତର ହେବା ଆବଶ୍ୟକ।

ବିକେନ୍ଦ୍ରୀକରଣ କାର୍ଯ୍ୟକ୍ରମଗୁଡ଼ିକ ପ୍ରଶାସନକୁ ଅଧିକ ଲୋକାଭିମୁଖୀ କରେ ଏବଂ ଉତ୍ତମ ତଦାରଖକୁ ସୁଗମ କରେ। ଏଣୁ ଏହି ଦୃଷ୍ଟିରୁ ରାଜ୍ୟରେ ଗ୍ରାମ ପଂଚାୟତ ସଂଖ୍ୟା ବୃଦ୍ଧି କରିବା ଦିଗରେ ଅନୁଧ୍ୟାନ କରିବା ପାଇଁ ପରାମର୍ଶ ଦେଇଥିଲେ। 

ପ୍ରାରମ୍ଭରେ ପଂଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ପଂଚାୟତିରାଜ ସଂସ୍ଥାକୁ ସୁଦୃଢ କରିବା ଓ ଗ୍ରାମୀଣ ବିକାଶକୁ ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ସଂପର୍କରେ ଆଲୋକପାତ କରିଥିଲେ। ବିଭିନ୍ନ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟ ସରକାର କିଭଳି ଭାବରେ ବିକଶିତ ଓଡ଼ିଶା ଗଠନରେ ବ୍ରତୀ ରହିଛନ୍ତି ସେ ସଂପର୍କରେ ମନ୍ତ୍ରୀ ଶ୍ରୀ ନାଏକ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ।  

Governor Of Odisha 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe