Advertisment

ଓଡ଼ିଶା ଅକ୍ଷୟ ଶକ୍ତି: ୧୧୯୧.୪୭ କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ

Advertisment

ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି।

ଭୁବନେଶ୍ବର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍.ଡବ୍ଲ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ କରାଯାଇଛି। ଏହା ସବୁଜଶକ୍ତି ପ୍ରକଳ୍ପ ସ୍ଥାପନ ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି ।

ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି ଦ୍ୱାରା ଅନୁମୋଦିତ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ରହିଛି ୯୫.୭ମେଗା ୱାଟ୍‌ କ୍ଷମତାର ୨ଟି ପବନ ଶକ୍ତି ପ୍ରକଳ୍ପ, ୫୩.୯୭ ମେଗା ୱାଟ୍‌ କ୍ଷମତାର ୪ଟି ଭୂମି ଆଧାରିତ ସୌର ଶକ୍ତି ପ୍ରକଳ୍ପ ଓ ୦.୬ ମେଗା ୱାଟ୍‌  କ୍ଷମତାର ପ୍ରଥମ ବ୍ୟାଟେରି ଷ୍ଟୋରେଜ୍‌ ପ୍ରକଳ୍ପ। ଏହି ପ୍ରକଳ୍ପ ଗୁଡ଼ିକ ମାଧ୍ୟମରେ ଓଡ଼ିଶାରେ ଅକ୍ଷୟ ଶକ୍ତି ଉତ୍ପାଦନ ପାଇଁ ଥ‌ିବା ପ୍ରାକୃତିକ ସମ୍ଭାବନା ଗୁଡ଼ିକର ସଦବ୍ୟବହାର ହୋଇପାରିବ ତା ସଙ୍ଗେ ରାଜ୍ୟ ଅକ୍ଷୟ ଶକ୍ତି ନୀତି-୨୦୨୨ ଅନ୍ତର୍ଗତ ଲକ୍ଷ୍ୟ ଗୁଡ଼ିକ ପୂରଣ ପାଇଁ ମଧ୍ୟ ଏହା ସହାୟକ ହେବ।

publive-image

ଏହି ଅବସରରେ ବିଶାଲ କୁମାର ଦେବ, ସ୍ଥାୟୀ ଅର୍ଥନୈତିକ ପ୍ରଗତି ନିମନ୍ତେ ଅକ୍ଷୟ ଶକ୍ତିର ମହତ୍ବ ଉପରେ ଗୁରୁତ୍ବ ପ୍ରଦାନ କରିଥିଲେ। ପୁଞ୍ଜି ନିବେଶକୁ ସୁଗମ କରିବା ଏବଂ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ଠିକ ସମୟରେ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ କହିଥିଲେ। ନବମ ସିଙ୍ଗଲ ୱିଣ୍ଡୋ କମିଟି ବୈଠକରେ ଅନୁମୋଦିତ ହୋଇଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଏହି ବୈଠକରେ ସମୀକ୍ଷା କରାଯାଇଥିଲା। ଏଥିରେ ରାଜ୍ୟ ଶକ୍ତି ବିଭାଗ, ଜଳ ସମ୍ପଦ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଗ୍ରିଡକୋ, ଓପିଟିସିଏଲ୍, ଓଏଚପିସି ତଥା ବିଦ୍ୟୁତ ବିତରଣ କମ୍ପାନି ସମୂହର ବିଭିନ୍ନ ବରିଷ୍ଠ ଅଧିକାରୀଙ୍କ ସମେତ ସର୍ବୋଚ୍ଚ ଯନ୍ତ୍ରୀ (ବୈଦ୍ୟୁତିକ) ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ରାଜ୍ୟ ସରକାରଙ୍କ ସକ୍ରିୟ ନୀତି ଏବଂ ଶୃଙ୍ଖଳିତ ପ୍ରକ୍ରିୟା ଆଧାରରେ, ରାଜ୍ୟ ଶକ୍ତି ବିଭାଗର ସିଙ୍ଗଲ୍ ୱିଣ୍ଡୋ କମିଟି ଏବଂ ଅକ୍ଷୟ ଶକ୍ତି ନୋଡାଲ ଏଜେନ୍ସି ଗ୍ରିଡକୋ ମାଧ୍ୟମରେ, ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ବଢ଼ିଛି ଏବଂ ଏକ ଅଧିକ ଆତ୍ମନିର୍ଭରଶୀଳ ଓଡ଼ିଶା ପାଇଁ ପଥ ପରିଷ୍କାର ହୋଇଚାଲିଛି। ଏଯାଏଁ, ଅକ୍ଷୟଶକ୍ତି କ୍ଷେତ୍ରରେ ମୋଟ ୧,୭୦୭.୫୬ ମେଗାୱାଟ୍ କ୍ଷମତା ସଂପନ୍ନ ପ୍ରକଳ୍ପ ଲାଗି ୧୨,୩୮୭.୩୬ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପାଇଁ ସିଙ୍ଗଲ୍ ୱିଣ୍ଡୋ କମିଟି ନୀତିଗତ ଅନୁମୋଦନ ପ୍ରଦାନ କରିଛି।

Odisha Green Energy 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe