ବାଣ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ: ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

Advertisment

ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହଳଦିଡିହ ଗାଁ’ରେ ବାଣ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।  ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

Updated On

ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହଳଦିଡିହ ଗାଁ’ରେ ବାଣ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।  ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଅଦ୍ୟତନ ହୋଇଛି
mohan
ଭୁବନେଶ୍ୱର:  ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହଳଦିଡିହ ଗାଁ’ରେ ବାଣ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରମିକମାନଙ୍କ ମୃତ୍ୟୁ ଅତି ଦୁଃଖଦାୟକ ବୋଲି ମତବ୍ୟକ୍ତ କରିବା ସହିତ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ପରିବାରର ନିକଟତମ ଆତ୍ମୀୟଙ୍କୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

ସୂଚନା ଅନୁସାରେ ଭଦ୍ରକ-ଚାନ୍ଦବାଲି ରାସ୍ତାର ହଳଦୀଡିହରେ ଆଜି ଏକ ବାଣ ଗୋଦାମରେ କାମ ଚାଲିଥିଲା। ଏଠାରେ କାର୍ଯ୍ୟରତ ଲୋକେ ବାଣ ଭୁଡୁଥିଲେ। କୌଣସି କାରଣରୁ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ୭ ଜଣ ଲୋକ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରୁ ଏସ୍‌କେ ମୁସାରଫ୍‌ ଓ ରାତୋ ବିବିଙ୍କ ଅବସ୍ଥା ଗୁରୁତର ଥିଲା। ଉଭୟଙ୍କୁ ଚିକିତ୍ସା ପାଇଁ କଟକ ବଡ଼ଡ଼ାକ୍ତରଖାନା ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଆହତମାନଙ୍କର ଚିକିତ୍ସା ଜାରି ରହିଛି। 

CM Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe