ଭୁବନେଶ୍ବର: ରାଜ୍ୟ ସରକାର ଶକ୍ତିପୀଠ କରିଡ଼ର ମାଧ୍ୟମରେ ଓଡ଼ିଶାର କିଛି ପୁରାତନ ମନ୍ଦିରର ଗୁରୁତ୍ବ ବଢ଼ାଇବାକୁ ଯାଉଛନ୍ତି। ଏହାରି ମାଧ୍ୟମରେ ରାଜ୍ୟରେ ରହିଥିବା ସମସ୍ତ ଶକ୍ତିପୀଠକୁ ଯୋଡାଯିବ। ସମସ୍ତ ଶକ୍ତିପୀଠ ମଧ୍ୟରେ ସମନ୍ୱୟ ରଖାଯିବ। ଏହି ଶକ୍ତିପୀଠ କରିଡ଼ର ସମ୍ପର୍କରେ ଖୁବଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯିବ। ଗଞ୍ଜାମଜିଲ୍ଲା ଖଲ୍ଲିକୋଟ ଗସ୍ତ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ଏହି ସୂଚନା ଦେଇଛନ୍ତି।
ଆଜି ଚୈତ୍ର ମାସର ଶେଷ ମଙ୍ଗଳବାର ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରାତାରିଣୀଙ୍କ ଦର୍ଶନ କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ମା’ ତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି।
/sambad/media/media_files/2025/04/08/goaaixqxcaawqyy-112338.jpg)
ଶ୍ରୀମତୀ ପରିଡ଼ା କହିଛନ୍ତି, ରାଜ୍ୟର ଶକ୍ତିପୀଠକୁ ନେଇ ସ୍ବତନ୍ତ୍ର କରିଡର୍ ନିର୍ମାଣ ହେବ। ଏହି କରିଡ଼ରରେ ଗଂଜାମ ଜିଲ୍ଲାର ତାରାତାରିଣୀ, ଭୈରବୀ, ଯାଜପୁରର ବିରଜା, ଖୋର୍ଦ୍ଧା ଜିଲ୍ଲାର ଉଗ୍ରତାରା, ବାଣପୁରସ୍ଥିତ ଭଗବତୀ, ପୁରୀ ଜିଲ୍ଲା କାକଟପୁରସ୍ଥିତ ମଙ୍ଗଳା, ଚିଲିକାର କାଳିଜାଈ ପୀଠକୁ ସାମିଲ କରାଯାଇଛି। ଆଗାମୀ ୨ ବର୍ଷ ଭିତରେ ଶକ୍ତିପୀଠ କରିଡର୍ କରିବାକୁ ଲକ୍ଷ୍ୟ ରଖାଯାଇଛି। ଭକ୍ତଙ୍କ ସୁବିଧା ପାଇଁ ହେଲିକପ୍ଟର ବ୍ୟବସ୍ଥା ନେଇ ଯୋଜନା କରାଯାଇଛି। ରାଜ୍ୟରେ ଥିବା ସମସ୍ତ ଶକ୍ତିପୀଠକୁ ଏଥିରେ ଯୋଡ଼ାଯିବ। ଖୁବଶୀଘ୍ର ରାଜ୍ୟ ସରକାରଙ୍କ ପକ୍ଷରୁ କରାଯିବ ଘୋଷଣା।
/sambad/media/media_files/2025/04/08/goaah4awoaaqpg-738950.jpg)
ସୂଚନାଯୋଗ୍ୟ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମା' ତାରାତାରିଣୀଙ୍କ ଶକ୍ତିପୀଠ ପରିଦର୍ଶନ କରିଛନ୍ତି। ଏହି ଅବସରରେ ମା' ତାରାତାରିଣୀଙ୍କ ପୀଠ ଏବଂ ଆଖପାଖ ଅଞ୍ଚଳର ଉନ୍ନତୀକରଣ ନେଇ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି। ଏହି ଗସ୍ତ ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର ଏବଂ ଆସ୍କା ବିଧାୟକ ସରୋଜ ପାଢ଼ୀ ଉପସ୍ଥିତ ଥିଲେ।
Prabhati Parida | Taratarini | Tarini temple
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/04/08/Dc9LbMDikaG6q8hkZbbs.jpg)