ପ୍ରବଚନ ଦେଉଥିବା ବେଳେ ଚାଲିଗଲା ରାମଚରିତ ମାନସ ପ୍ରବଚକଙ୍କ ପ୍ରାଣ

ପ୍ରବଚନ ଦେଉଥିବା ବେଳେ ଚାଲିଗଲା ପ୍ରାଣ। ଅଧ୍ୟାପକ ତଥା ରାମଚରିତ ମାନସ ପ୍ରବଚକ ଗୋପାଳ ପ୍ରସାଦ ବେଜଙ୍କର ପ୍ରବଚନ ଦେବା ସମୟରେ ମୃତ୍ୟୁ ହୋଇଯାଇଛି। ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତରେ ଏପରି ଦୁଃଖଦ ଘଟଣା ଘଟିଛି।

ଖେଳୁଖେଳୁ ବିଷ ପିଇଦେଲେ ୪ ଶିଶୁ, ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ: ପ୍ରବଚନ ଦେଉଥିବା ବେଳେ ଚାଲିଗଲା ପ୍ରାଣ। ଅଧ୍ୟାପକ ତଥା ରାମଚରିତ ମାନସ ପ୍ରବଚକ ଗୋପାଳ ପ୍ରସାଦ ବେଜଙ୍କର ପ୍ରବଚନ ଦେବା ସମୟରେ ମୃତ୍ୟୁ ହୋଇଯାଇଛି। ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତରେ ଏପରି ଦୁଃଖଦ ଘଟଣା ଘଟିଛି।

ରାମ ମନ୍ଦିରରେ ତିନି ଦିନ ପାଇଁ ଶ୍ରୀରାମ ଚରିତ ମାନସର ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମର ଆୟୋଜିତ ହୋଇଥିଲା, ଯେଉଁଥିରେ ପ୍ରବଚକ ଭାବରେ ଯୋଗ ଦେଇଥିଲେ ବାସୁଦେବପୁର ବ୍ଲକ ଆଢୁଆଁ ଧାତାପୁରର ବିଶିଷ୍ଟ ପ୍ରବଚକ ତଥା ଅଧ୍ୟାପକ ଗୋପାଳ ପ୍ରସାଦ ବେଜ। ଏହି କାର୍ଯ୍ୟକ୍ରମର ଦ୍ବିତୀୟ ଦିବସରେ ପ୍ରବଚନ ଦେଉଥିବା ବେଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କର ସହଯୋଗମାନେ ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନା ଅନୁଯାୟୀ, ରାମ ମନ୍ଦିରରେ ତିନି ଦିନ ପାଇଁ ଶ୍ରୀରାମ ଚରିତ ମାନସର ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମର ଆୟୋଜିତ ହୋଇଥିଲା, ଯେଉଁଥିରେ ପ୍ରବଚକ ଭାବରେ ଯୋଗ ଦେଇଥିଲେ ବାସୁଦେବପୁର ବ୍ଲକ ଆଢୁଆଁ ଧାତାପୁରର ବିଶିଷ୍ଟ ପ୍ରବଚକ ତଥା ଅଧ୍ୟାପକ ଗୋପାଳ ପ୍ରସାଦ ବେଜ। ଏହି କାର୍ଯ୍ୟକ୍ରମର ଦ୍ବିତୀୟ ଦିବସରେ ପ୍ରବଚନ ଦେଉଥିବା ବେଳେ ହଠାତ୍‌ ସେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କର ସହଯୋଗମାନେ ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe