ରାଜ୍ୟ କ୍ୟାବିନେଟ୍‌: ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାକୁ ମିଳିଲା ଅନୁମୋଦନ

ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। 

State cabinet meeting

State cabinet meeting Photograph: (sambad.in)

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହରୀ ବିକାଶା ଯୋଜନାକୁ ମିଳିଲା ଅନୁମୋଦନ ଦେଇଛନ୍ତି। ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ କହିଛନ୍ତି, ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାରେ ବିକଶିତ ଓଡ଼ିଶା@ ୨୦୩୬ ଲକ୍ଷ୍ୟ ସହିତ ସହରୀ ବିକାଶ ପାଇଁ ଏକ ସମନ୍ବିତ ଆଭିମୁଖ୍ୟ ସହିତ ସହରୀ ଭିତ୍ତିଭୂମିକୁ ସୁଦୃଢ଼ କରିବା ଓ ରାଜସ୍ବ ଅଭିବୃଦ୍ଧି କରାଯିବ। ଏହି ଯୋଜନା ଅଧୀନରେ ସାଧାରଣ ଏବଂ ରାଜସ୍ବ ସୃଷ୍ଟିକାରୀ ଭିତ୍ତିଭୂମିର ବିକାଶ ଯେପରିକି କଲ୍ୟାଣମଣ୍ଡପ/ ବହୁମୁଖୀ ସଭା ଗୃହ, ଟାଉନ ହଲ୍, ଶ୍ମଶାନ, ଗୋଷ୍ଠୀ କେନ୍ଦ୍ର, ମାର୍କେଟ ପରିସର, ରାସ୍ତା, ଡ୍ରେନ୍, ପାର୍କ, ବହୁବ୍ୟବହାର୍ଯ୍ୟ ବାଣିଜ୍ୟିକପରିସ, ଭେଣ୍ଡିଂ ଜୋନ, କ୍ଷୁଦ୍ର ଶୀତଳ ଭଣ୍ଡାର, ବୈଦ୍ୟୁତିକ ମୋଟରଯାନ ଚାର୍ଜିଂ ଷ୍ଟେସନ, ପାର୍କିଂ ସ୍ଥାନ, ଉପଯୁକ୍ତ ସ୍ଥାନଗୁଡ଼ିକରେ କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି। 


ସେହିପରି ଛୋଟପାର୍କ, ମୁକ୍ତାକାଶ ବ୍ୟାୟାମଶାଳା, ଶିଶୁ କ୍ରୀଡ଼ା ଉଦ୍ୟାନ, ଚାଲିବା ରାସ୍ତା, ଖେଳପଡ଼ିଆ, ଖୋଲା ସ୍ଥାନର ବିକାଶ, ବନୀକରଣ ପ୍ରକଳ୍ପ, ଭୋଗମଣ୍ଡପ, ଭାଗବତ ଟୁଙ୍ଗି ଏବଂ ସାଂସ୍କୃତିକ କେନ୍ଦ୍ର ପରି ଧାର୍ମିକ ସ୍ଥାନର ବିକାଶ ଏବଂ ବର୍ଷା ଜଳ ଅମଳ ସଂରଚନା ପ୍ରକଳ୍ପ ସାମିଲ କରାଯାଇଛି। ନଦୀକୂଳ ଏବଂ ଜଳାଶୟଗୁଡ଼ିକର ନବୀକରଣ ଏବଂ ବିକାଶ କରାଯିବାର ଲକ୍ଷ୍ୟ ରଖାଯାଇଛି। ପ୍ରାଣୀ ସମୃଦ୍ଧି ପାଇଁ କାଞ୍ଜିଆ ହୁଦା, ଗୋଶାଳା ଏବଂ ପ୍ରାଣୀଯତ୍ନ କେନ୍ଦ୍ରର ବିକାଶ କରାଯିବ। 


ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା’ ଆଗାମୀ ୫ ବର୍ଷ ଅର୍ଥାତ ଆର୍ଥିକ ବର୍ଷ ୨୦୨୫-୨୬ରୁ ୨୦୨୯-୩୦ ମଧ୍ୟରେ ସର୍ବମୋଟ ୬୧୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଚଳିତ ଆର୍ଥିକ ବର୍ଷରେ ଏଥି ପାଇଁ ୧୧୦୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି।  

ଏତଦ୍ ବ୍ୟତୀତ ରାଜ୍ୟ ସରକାର ଜୈବ ପ୍ରଯୁକ୍ତି ବିଜ୍ଞାନ ବିକାଶ ଯୋଜନାକୁ ମଂଜୁରୀ ଦେଇଛନ୍ତି। ଏଥି ପାଇଁ ଆଗାମୀ ୫ବର୍ଷରେ ୧୧୧୩ କୋଟି ଟଙ୍କା ଖର୍ଚ୍ଚ ହେବ। ଛେଳିଗଡ଼ ଜଳସେଚନ ପ୍ରକଳ୍ପର କଂକ୍ରିଟ ଡ୍ୟାମ୍ ଓ ସ୍ପଲ ୱେ ନିର୍ମାଣ ପାଇଁ ୧୫୧ କୋଟି ମଞ୍ଜୁରୀ ହୋଇଛି। ଏହି ପ୍ରକଳ୍ପ ମାଧ୍ୟମରେ ୬୨୬୦ ଏକର ଜମି ଜଳସେଚନ ହୋଇପାରିବ। ଚନ୍ଦ୍ରଶେଖରପୁରରେ ଆବଣ୍ଟିତ ଜମି ଛାଡ଼ ପାଇଁ ୨ ଲକ୍ଷ ୬୦ ହଜାର କୋଟି ମଂଜୁରୀ ହୋଇଛି। 

CM Mohan Charan Majhi 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe