ଭୁବନେଶ୍ବର: ବିଜେଡିର ବରିଷ୍ଠ ନେତା ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ସଂଖ୍ୟାଲଘୁଙ୍କ ସ୍ବାର୍ଥ ଆମର ପ୍ରାଥମିକତା। ଦୁଇ ଦିନ ଭିତରେ ରାଜ୍ୟସଭାରେ ୱକଫ୍ ବିଲ୍ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ଘଟଣାର ସମାଧାନ କରିବି। ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଲାଗି ନେବି।
ସୂଚନାଯୋଗ୍ୟ, ଆଜି ବହୁସଂଖ୍ୟକ ସଂଖ୍ୟାଲଘୁଙ୍କ ସହ ମୁନ୍ନା ଖାଁ ନବୀନ ନିବାସ ଯାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏଣେ ଭୁବନେଶ୍ୱର ଫେରି ସସ୍ମିତଙ୍କ ଉପରେ ଗର୍ଜିଛନ୍ତି ରାଜ୍ୟସଭା ସାଂସଦ ମୁନା ଖାଁ । ସେ କହିଥିଲେ, ସଂସଦୀୟ ଗଣତନ୍ତ୍ରରେ ସମର୍ଥନ କିମ୍ବା ବିରୋଧ କରାଯାଏ ନହେଲେ କକ୍ଷତ୍ୟାଗ ଭଳି ନିଷ୍ପତ୍ତି ନିଆଯାଏ । ଆମ ସଂସଦୀୟଦଳ ନେତା ସସ୍ମିତ ବାବୁ ବିବେକ ଅନୁସାରେ ଭୋଟ୍ ଦେବାକୁ କହିବା ସଂସଦ ଇତିହାସରେ ବିରଳ ଘଟଣା । ଯାହାର ବିବେକ କିମ୍ବା ଆତ୍ମା ବିଜେପିକୁ ସମର୍ଥନ କରିବାକୁ କହୁଛି, ସେ ବିଜେପିକୁ ଚାଲିଯାଉନାହାନ୍ତି କାହିଁକି? ବିଜେଡିରେ ଦୋମୁହାଁ ନୀତି ରଖିଥିବା ଲୋକଙ୍କର ଜାଗା ନାହିଁ ବୋଲି ପରୋକ୍ଷରେ ସସ୍ମିତଙ୍କୁ କହିଛନ୍ତି ମୁନା ।
ବିଜୁ ବାବୁଙ୍କ ନାଁରେ ତିଆରି ହୋଇଥିବା ବିଜେଡି ହେଉଛି ଧର୍ମ ନିରପେକ୍ଷ ଦଳ । ନବୀନ ବାବୁ ହେଉଛନ୍ତି ଧର୍ମ ନିରପେକ୍ଷ ନେତା । ପାର୍ଲାମେଣ୍ଟ ଆରମ୍ଭ ପୂର୍ବରୁ ନବୀନ ନିବାସରେ ସଂସଦୀୟଦଳ ବୈଠକ ବସିଥିଲା ଏବଂ ୱାକଫ୍ ବିଲକୁ ବିରୋଧ କରିବ ବିଜେଡି ବୋଲି ସବୁ ରାଜ୍ୟସଭା ସଦସ୍ୟଙ୍କୁ ସୁପ୍ରିମୋ କହିଥିଲେ । ଏପରିକି ବିଲ୍ ବିରୋଧରେ ଭୁବନେଶ୍ୱରରେ ଏକ ରାଲି କରିବାକୁ ଆମ ନେତା ମୋତେ ଅନୁମତି ଦେଇଥିଲେ। ଯେତେବେଳେ ରାଜ୍ୟସଭାରେ ବିଲ୍ ଆସିଲା ମୁଁ ବିରୋଧ କଲି । କିନ୍ତୁ ସଂସଦୀୟ ଦଳ ନେତା ସସ୍ମିତ ପାତ୍ର ଟ୍ୱିଟ୍ କଲେ ଯେ, ବିବେକ ଅନୁସାରେ ଭୋଟ୍ ଦିଅନ୍ତୁ । ଏହାକୁ ମୁଁ ଦୃଢ଼ ଭାବେ ଖଣ୍ଡନ କରୁଛି । ଟ୍ୱିଟ୍ କରିବା ପରଠୁ ଏଯାଏଁ ତାଙ୍କୁ ମୁଁ ପାଉନି । ସେ ବିଦେଶ ଗସ୍ତରେ ଅଛନ୍ତି ଫେରିଲେ ଉତ୍ତର ଦେବେ କିଏ କହିଲା ତାଙ୍କୁ ସମର୍ଥନ କରିବାକୁ । ମୋର ବିଶ୍ୱାସ ନବୀନ ବାବୁ ୱାକଫ୍ ବିଲକୁ ସମର୍ଥନ କରିବାକୁ କହିନଥିବେ କାରଣ ବିଜୁ ଜନତା ଦଳ ସବୁବେଳେ ଧର୍ମ ନିରପେକ୍ଷତାକୁ ବିଶ୍ୱାସ କରେ ।

bjd