No Fees Revenue Minister: ଏଣିକି ଓଡ଼ିଶାରେ କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କରିବାକୁ ପଡ଼ିବନି କିସମ ପରିବର୍ତ୍ତନ ଫି

ଏଣିକି ଓଡ଼ିଶାରେ କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କରିବାକୁ ପଡ଼ିବନି କିସମ ପରିବର୍ତ୍ତନ ଫି। ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଏବଂ ଭଡ଼ା ଛାଡ଼ ପାଇଁ ରାଜସ୍ୱ ବିଭାଗର ନିଷ୍ପତ୍ତି ହୋଇଥିବା ନେଇ Revenue Minister ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

Untitled-1erq

No Fees Revenue Minister Photograph: (sambad.in)

ଭୁବନେଶ୍ବର: ଏଣିକି ଓଡ଼ିଶାରେ କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କରିବାକୁ ପଡ଼ିବନି କିସମ ପରିବର୍ତ୍ତନ ଫି। ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଏବଂ ଭଡ଼ା ଛାଡ଼ ପାଇଁ ରାଜସ୍ୱ ବିଭାଗର ନିଷ୍ପତ୍ତି ହୋଇଥିବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ସେ କହିଛନ୍ତି, ପୂର୍ବରୁ କିସମ ପରିବର୍ତ୍ତନ ପାଇଁ ଜମି ବେଞ୍ଚ ମାର୍କ ଭ୍ୟାଲୁର ୧ ପ୍ରତିଶତ ଦେବାକୁ ପଡୁଥିଲା। ଆଉ କିସମ ପରିବର୍ତ୍ତନ ପାଇଁ ଯେତିକି ଫି ଦେବାକୁ ପଡୁଥିଲା ତାର ୧ ପ୍ରତିଶତ ଭଡ଼ା ମଧ୍ୟ ଦେବାକୁ ପଡୁଥିଲା। ଏବେ ଏହି ଦୁଇଟି ଯାକ ଛାଡ଼ କଲେ ସରକାର। ଯେଉଁ କ୍ଷୁଦ୍ର ଲଘୁ ମଧ୍ୟମ ଉଦ୍ୟୋଗ କେନ୍ଦ୍ର ସରକାରଙ୍କ ଉଦ୍ୟୋଗ ପୋର୍ଟାଲରେ ଥିବେ ଏବଂ ଜିଲ୍ଲା କମିଟି ଅନୁମୋଦିତ ହୋଇଥିବେ ସେମାନେ ଏହି ସୁବିଧା ପାଇପାରିବେ। ସଂରକ୍ଷିତ ଅଞ୍ଚଳ, ପ୍ରତିରକ୍ଷା ଜମି,ଉପକୂଳ ନିୟମିକ ଅଞ୍ଚଳ, ପ୍ରତ୍ନତାତ୍ତିକ ଜମି ଯେଉଁଠି ଅନ୍ୟ ଆଇନ ବଳବତ୍ତର ଅଛି ସେଠି ଏହି ସୁବିଧା ଲାଗୁ ହେବ ନାହିଁ। ତେବେ ଉଦ୍ୟୋଗୀମାନେ ଉଦ୍ଦେଶ୍ୟରୁ ବିଚ୍ୟୁତ ହେଲେ ଜମି ଫେରସ୍ତ କରାଯିବ।

ଆହୁରି ପଢ଼ନ୍ତୁ: Plantation roadside Pwd Minister : ସବୁ ରାସ୍ତାକଡ଼ରେ ବୃକ୍ଷରୋପଣ କରାଯିବ: ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଆହୁରି ପଢ଼ନ୍ତୁ: CM Mohan Charan Majhi Surprise Visit: ଅଚାନକ ରାଜୀବ ଭବନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜଳ ସମ୍ପଦର ସମୀକ୍ଷା କଲେ

Suresh Pujari

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe