Police SI Exam Scam Statement Sankar Prusty: ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ୍: ଶଙ୍କର ପୃଷ୍ଟି

Advertisment

ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଶଙ୍କର ପୃଷ୍ଟି କହିଛି, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର deal। ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲିଦେବି।

ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଶଙ୍କର ପୃଷ୍ଟି କହିଛି, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର deal। ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲିଦେବି।

statement of sankar prusty

statement of sankar prusty Photograph: (sambad.in)

କଟକ/ଭୁବନେଶ୍ବର: ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ ବଡ଼ ବୟାନ ଦେଇଛି ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ଶଙ୍କର ପୃଷ୍ଟି କହିଛି, ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ୍। ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲିଦେବି। ସରେଣ୍ଡର୍ କରିନଥିଲେ ଏହି ଡିଲ୍‌ କଥା ସାମ୍ନାକୁ ଆସିନଥାନ୍ତା। 

ଭୁବନେଶ୍ବରରେ ପହଞ୍ଚିଛି ଓଡ଼ିଶା ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି। ବିମାନବନ୍ଦରରୁ ସିଧା କଟକ କ୍ରାଇମବ୍ରାଞ୍ଚ ଅଫିସ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଛି। ସେଠାରେ ତାକୁ ଜେରା କରୁଛନ୍ତି ପୁଲିସ୍। ଏଣେ ଶଙ୍କର କହିଛି ଯେ ତା ଉପରେ ଯେଉଁ ଅଭିଯୋଗ ଆସିଛି ତାହା ମିଥ୍ୟା। ହାଇକୋର୍ଟରେ ମୁଁ ଆଗୁଆ ଜାମିନ ଆବେଦନ କରିଛି। 

ନେପାଳ ସୀମାରୁ ଶଙ୍କର ପୃଷ୍ଟି ଗିରଫ

ସୂଚନାଯୋଗ୍ୟ, ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଗତକାଲି ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଛି କ୍ରାଇମବ୍ରାଞ୍ଚ ଟିମ୍।  ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା।

 ଆହୁରି ପଢ଼ନ୍ତୁ: 60 percent doctor vacant: ଆଗୁଆ ଜିଲ୍ଲାରେ ପଛୁଆ ସ୍ବାସ୍ଥ୍ୟସେବା: ଖାଲି ପଡ଼ିଛି ୬୦ ପ୍ରତିଶତ ଡାକ୍ତର ପଦ

ଡିଏସ୍‌ପି ଅନିଲା ଆନନ୍ଦଙ୍କ ନେତୃତ୍ବରେ ଦିଲ୍ଲୀରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚର ଏକ ଚାରିଜଣିଆ ଟିମ୍‌ ଏ ସଂପର୍କରେ ସୂଚନା ପାଇ ଚଢ଼ଉ କରିବା ସହିତ ତାକୁ ନେପାଳ ସୀମାରୁ କାବୁ କରିଥିଲେ। ଶଙ୍କର ନିକଟରୁ ଦୁଇଟି ମୋବାଇଲ୍ ଫୋନ ଓ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଗାଜିଆବାଦରୁ ଗୋଟିଏ ଫର୍ଚୁନର୍‌ ଗାଡ଼ି ଜବତ କରାଯାଇଛି। ସେଠାରେ ଶଙ୍କରର ପତ୍ନୀ ଓ ପିଲାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରୁଥିବା ବେଳେ ଅନ୍ୟ ଏକ ଟିମ୍‌ ଶଙ୍କରକୁ ଧରି ଓଡ଼ିଶା ଆସୁଛନ୍ତି। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆରବି) ଦ୍ବାରା ପ୍ରସ୍ତୁତ ପୁଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ବର୍ତ୍ତମାନ ସୁଦ୍ଧା ୧୨୪ ଜଣଙ୍କୁ ଗିରଫ କରିସାରିଲାଣି।

 ଆହୁରି ପଢ଼ନ୍ତୁ: Aim to bring governance: ଶାସନ ବ୍ୟବସ୍ଥା ଲୋକଙ୍କ ଦୁଆର ମୁହଁକୁ ନେବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଖୋଲୁଛି ଗୁମର। ଏହି ମାମଲାରେ ଦୁଇ ପ୍ରମୁଖ ସହଯୋଗୀଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ, କିନ୍ତୁ ଏବେବି ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଫେରାର ଅଛି।  ଶଙ୍କରର ଦୁଇ ପ୍ରମୁଖ ସହଯୋଗୀ ମୁନା ମହାନ୍ତି ଏବଂ ଅରବିନ୍ଦ ଦାସ ଗିରଫ ହୋଇଛନ୍ତି। ଏଥିସହ କେଳେଙ୍କାରୀ ଧରାପଡ଼ିବା ପରେ ଆଇନଗତ ଏବଂ ଅନ୍ୟ ସହାୟତା କରିଥିବା ଶ୍ରୀକାନ୍ତ ମହାରଣା, ସୌମ୍ୟା ପ୍ରିୟଦର୍ଶିନୀ ସାହୁ ଓ ଅଭିମନ୍ୟୁ ଦୋରାଙ୍କ ମଧ୍ୟ ଗିରଫ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe