ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ବୋଲି ଆଜି ବିଧାନସଭାରେ ସ୍ପଷ୍ଟୋକ୍ତି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।

Advertisment

କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ବୋଲି ଆଜି ବିଧାନସଭାରେ ସ୍ପଷ୍ଟୋକ୍ତି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ସେ କହିଛନ୍ତି, ଏହି ପ୍ରକଳ୍ପ ଏବେ ରାଜ୍ୟ ସରକାରଙ୍କ ପରୀକ୍ଷାଧୀନ ରହିଛି। ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ କରାଯାଇଛି। କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ ସରକାର ଆଗାମୀ ଦିନରେ ଅନ୍ତିମ ସିଦ୍ଧାନ୍ତ ନେବେ।

ସେ କହିଛନ୍ତି, ଏହି ପ୍ରକଳ୍ପ ଏବେ ରାଜ୍ୟ ସରକାରଙ୍କ ପରୀକ୍ଷାଧୀନ ରହିଛି। ଏଥିପାଇଁ ଆନ୍ତଃ ମନ୍ତ୍ରିସ୍ତରୀୟ କମିଟି ଗଠନ କରାଯାଇଛି। କମିଟିର ରିପୋର୍ଟ ଓ ସୁପାରିଶ ପ୍ରାପ୍ତ ହେବା ପରେ ସରକାର ଆଗାମୀ ଦିନରେ ଅନ୍ତିମ ସିଦ୍ଧାନ୍ତ ନେବେ। ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଏପର୍ଯ୍ୟନ୍ତ ମୋଟ ୨୭୭.୩୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି ଏବଂ ସେହି ଖର୍ଚ୍ଚ ମଧ୍ୟରୁ ୨୦୨୪ ଜୁନ ୧୨ ତାରିଖ ପରେ ୨୫୨.୦୫ କୋଟି ଟଙ୍କା ପ୍ରଦାନ କରାଯାଇଛି।