କଟକରେ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉନ୍ମୋଚିତ

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି।

bhj

କଟକ: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚ ଶିକ୍ଷା, ସଂସ୍କୃତି, ଭାଷା ସାହିତ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡ଼ୁ, ବରିଷ୍ଠ ବିଜେପି ନେତା ନୟନକିଶୋର ମହାନ୍ତି ଓ ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ।

ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି। ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି।

ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି। ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି।

ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ  ରାଜ୍ୟ ଉଚ୍ଚ ଶିକ୍ଷା, ସଂସ୍କୃତି, ଭାଷା ସାହିତ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଧନ୍ୟବାଦ ଦେଇଥିଲେ। ଏହାଛଡ଼ା ଏହି ପ୍ରତିମୂର୍ତ୍ତି ନିର୍ମାଣ ପଛରେ ଅବଦାନ ଥିବା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ସ୍ମୃତିଚାରଣ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe