ଭୁବନେଶ୍ବର: ଅନୁପ୍ରବେଶକାରୀଙ୍କ ଉପରେ କଡ଼ା ନଜର ରଖାଯାଇଛି। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ଆଡ୍ଡା ସ୍ଥଳୀରେ ଚଢ଼ାଉ ହେବ। ଏ ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏସଟିଏଫ୍ ଡିଆଇଜି ପିନାକ ମିଶ୍ର।

Advertisment

ଏସଟିଏଫ୍ ସ୍କାନରରେ ରହିଛନ୍ତି ଶତାଧିକ ଦଲାଲ । ଗତକାଲି ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶୀ ଗିରଫ ହୋଇଥିଲେ। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍। ବିନା କୌଣସି ପାସପୋର୍ଟ ଓ ଭିସାରେ ଏମାନେ ଭାରତରେ ପ୍ରବେଶ କରିବା ସହ ଭୁବନେଶ୍ବର ରେଳ ଷ୍ଟେସନରେ ରହୁଥିଲେ। ଗିରଫ ବାଂଲାଦେଶୀ ଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ୩ ଜଣ ମହିଳା ଓ ଜଣେ ନାବାଳକ ରହିଥିଲେ। ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୭ ଟି ମୋବାଇଲ,  ବଙ୍ଗଳାଦେଶ ଟଙ୍କା ସହ ଅନେକ ସମାଗ୍ରୀ ଜବତ କରାଯାଇଥିଲା। ସମସ୍ତ ଅଭିଯୁକ୍ତ ଆସାମ ଡୁବୁରି ଦେଇ ଭାରତକୁ ପ୍ରବେଶ କରିଥିଲେ। ମାର୍ଚ୍ଚ ୬ ତାରିଖରେ ଦିବ୍ରୁଗଡ଼- ଚେନ୍ନାଇ ଏକ୍ସପ୍ରେସରେ ବେଙ୍ଗାଲୁରୁ ଯାଉଥିବା ବେଳେ ଧରିଥିଲା ଏସଟିଏଫ।  ଏମାନେ ବିନା ଭିସା ଓ ପାସପୋର୍ଟରେ ଭାରତରେ ପ୍ରବେଶ କରିଥିଲେ।

 ପିନାକ ମିଶ୍ର  କହିଛନ୍ତି, କିଏ, କେମିତି ଓ କେଉଁ ଉଦ୍ଦେଶ୍ୟରେ ସାରା ଓଡ଼ିଶାରେ ଡେରା ପକାଇଛନ୍ତି ସେ ନେଇ ଚାଲିଛି ଖୋଳତାଡ଼। ଏ ନେଇ ଏକ ସ୍ପେଶାଲ ଟିମ ଗଠନ କରାଯାଇଛି। ତେବେ କଥା ହେଉଛି, ଅନୁପ୍ରବେଶକାରୀଙ୍କ ମାଷ୍ଟରମାଇଣ୍ଡ କିଏ ? କିଏ ସେମାନଙ୍କୁ ଓଡ଼ିଶା ଆଣୁଥିଲା ? ଜାଲ ଡକ୍ୟୁମେଣ୍ଟ କିଏ ପ୍ରସ୍ତୁତ କରୁଥିଲା ? ସେ ନେଇ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ। 

ସୂଚନାଯୋଗ୍ୟ, ଏସଟିଏଫ୍ ସ୍କାନରରେ ରହିଛନ୍ତି ଶତାଧିକ ଦଲାଲ । ଗତକାଲି ଭୁବନେଶ୍ବର ରେଳଷ୍ଟେସନରୁ ୧୦ ବାଂଲାଦେଶୀ ଗିରଫ ହୋଇଥିଲେ। ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ବିନା କୌଣସି ପାସପୋର୍ଟ ଓ ଭିସାରେ ଏମାନେ ଭାରତରେ ପ୍ରବେଶ କରିବା ସହ ଭୁବନେଶ୍ବର ରେଳ ଷ୍ଟେସନରେ ରହୁଥିଲେ।  

ଗିରଫ ବାଂଲାଦେଶୀ ଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ୩ ଜଣ ମହିଳା ଓ ଜଣେ ନାବାଳକ ରହିଥିଲେ । ଗିରଫ ଅଭିଯୁକ୍ତ ମାନଙ୍କ ଠାରୁ ୭ ଟି ମୋବାଇଲ,  ବଙ୍ଗଳାଦେଶ ଟଙ୍କା ସହ ଅନେକ ସମାଗ୍ରୀ ଜବତ କରାଯାଇଥିଲା। ସମସ୍ତ ଅଭିଯୁକ୍ତ ଆସାମ ଡୁବୁରି ଦେଇ ଭାରତକୁ ପ୍ରବେଶ କରିଥିଲେ। ମାର୍ଚ୍ଚ ୬ ତାରିଖରେ ଦିବ୍ରୁଗଡ଼- ଚେନ୍ନାଇ ଏକ୍ସପ୍ରେସରେ ବେଙ୍ଗାଲୁରୁ ଯାଉଥିବା ବେଳେ ଧରିଥିଲା ଏସଟିଏଫ।  ଏମାନେ ବିନା ଭିସା ଓ ପାସପୋର୍ଟରେ ଭାରତରେ ପ୍ରବେଶ କରିଥିଲେ।