ଭୁବନେଶ୍ବର: ଦୁଷ୍କର୍ମ ଅଭିଯୋଗରେ ଗିରଫ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଜାତୀୟ ଯୁବ କଂଗ୍ରେସ ସଭାପତି ପଦ ଓ ଦଳରୁ ନିଲମ୍ବିତ କରିଥିବା ଜଣାଯାଇଛି।

Advertisment

ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଥିଲା। ମଞ୍ଚେଶ୍ବର ଥାନା ପୁଲିସ ଗତ ରାତିରେ ଉଦିତଙ୍କୁ ଉଠାଇ ନେଇଥିଲା। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି। ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ଚଳିତ ବର୍ଷ ମାର୍ଚ୍ଚ ୧୮ତାରିଖ ଅପରାହ୍ଣରେ ସେ, ତାଙ୍କର ଜଣେ ବାନ୍ଧବୀ ଓ ଜଣେ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ୍‌ ଛକକୁ ବୁଲିବାକୁ ଯାଇଥିଲେ। ସେଠାରେ ସହପାଠୀଜଣକ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ। ଏହାପରେ ଉଦିତଙ୍କ ଗାଡ଼ିରେ ସେମାନେ ନୂଆପଲ୍ଲୀସ୍ଥିତ ଏକ ହୋଟେଲକୁ ଯାଇଥିଲେ।

ହୋଟେଲ୍‌ରେ ସେମାନେ ମଦ ପିଇଥିଲେ। କିନ୍ତୁ ପୀଡ଼ିତା ମଦ ପିଇବାକୁ ମନା କରିଥିଲେ। ତେଣୁ ଉଦିତ ତାଙ୍କୁ ମୃଦୁପାନୀୟ ପିଇବାକୁ କହିଥିଲା। ସେ କୌଶଳକ୍ରମେ ସେଥିରେ କୌଣସି ନିଶା ମିଶାଇ ତାଙ୍କୁ ପିଇବାକୁ ଦେଇଥିଲା। ମୃଦୁ ପାନୀୟ ପିଇବାର କିଛି ସମୟ ପରେ ତାଙ୍କ ମୁଣ୍ଡ ଘୂରାଇ ଦେଇଥିଲା। ତେଣୁ ତୁରନ୍ତ ଘରେ ଛାଡ଼ିଦେବାକୁ ସେ କହିଥିଲେ। ମାତ୍ର ଉଦିତ ଓ ଅନ୍ୟମାନେ ତାଙ୍କୁ ଯିବାକୁ ଦେଇ ନଥିଲେ। ଏହାପରେ ସେ ସଂଜ୍ଞାହୀନ ହୋଇପଡ଼ିଥିଲେ। ତାଙ୍କର ହୋସ୍‌ ଫେରିବା ବେଳକୁ ସେ ଦେଖିଲେ ଯେ ଉଦିତ ତାଙ୍କ ସହିତ କିଛି ଖରାପ କାମ କରିଛି। ପରେ ସେ ବୁଝିଲେ ଯେ ଉଦିତ ତାଙ୍କୁ ଦୁଷ୍କର୍ମ କରିଛି। ଏନେଇ ସେ ପଚାରିବାରୁ ଉଦିତ ତାଙ୍କୁ ଧମକ ଦେଇଥିଲେ। ଅଭିଯୋଗ କଲେ, ତାଙ୍କୁ ଭୟଙ୍କର ପରିଣତି ଭୋଗିବାକୁ ପଡ଼ିବ ବୋଲି କହିଥିଲେ। ଉଦିତ ଜଣେ ଛାତ୍ରନେତା ହୋଇଥିବାରୁ ପୀଡ଼ିତା ଡରିଯାଇଥିଲେ ଏବଂ ନିରବ ରହିବାକୁ ବାଧ୍ୟ ହୋଇଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି।

ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଥିଲା। ମଞ୍ଚେଶ୍ବର ଥାନା ପୁଲିସ ଗତ ରାତିରେ ଉଦିତଙ୍କୁ ଉଠାଇ ନେଇଥିଲା। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି। ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ ଚଳିତ ବର୍ଷ ମାର୍ଚ୍ଚ ୧୮ତାରିଖ ଅପରାହ୍ଣରେ ସେ, ତାଙ୍କର ଜଣେ ବାନ୍ଧବୀ ଓ ଜଣେ ସହପାଠୀଙ୍କ ସହ ମିଶି ମାଷ୍ଟରକ୍ୟାଣ୍ଟିନ୍‌ ଛକକୁ ବୁଲିବାକୁ ଯାଇଥିଲେ। ସେଠାରେ ସହପାଠୀଜଣକ ଉଦିତ ପ୍ରଧାନଙ୍କୁ ସେମାନଙ୍କ ସହ ପରିଚିତ କରାଇଥିଲେ। ଏହାପରେ ଉଦିତଙ୍କ ଗାଡ଼ିରେ ସେମାନେ ନୂଆପଲ୍ଲୀସ୍ଥିତ ଏକ ହୋଟେଲକୁ ଯାଇଥିଲେ। ହୋଟେଲ୍‌ରେ ସେମାନେ ମଦ ପିଇଥିଲେ। କିନ୍ତୁ ପୀଡ଼ିତା ମଦ ପିଇବାକୁ ମନା କରିଥିଲେ। ତେଣୁ ଉଦିତ ତାଙ୍କୁ ମୃଦୁପାନୀୟ ପିଇବାକୁ କହିଥିଲା। ସେ କୌଶଳକ୍ରମେ ସେଥିରେ କୌଣସି ନିଶା ମିଶାଇ ତାଙ୍କୁ ପିଇବାକୁ ଦେଇଥିଲା। ମୃଦୁ ପାନୀୟ ପିଇବାର କିଛି ସମୟ ପରେ ତାଙ୍କ ମୁଣ୍ଡ ଘୂରାଇ ଦେଇଥିଲା। ତେଣୁ ତୁରନ୍ତ ଘରେ ଛାଡ଼ିଦେବାକୁ ସେ କହିଥିଲେ। ମାତ୍ର ଉଦିତ ଓ ଅନ୍ୟମାନେ ତାଙ୍କୁ ଯିବାକୁ ଦେଇ ନଥିଲେ। ଏହାପରେ ସେ ସଂଜ୍ଞାହୀନ ହୋଇପଡ଼ିଥିଲେ। ତାଙ୍କର ହୋସ୍‌ ଫେରିବା ବେଳକୁ ସେ ଦେଖିଲେ ଯେ ଉଦିତ ତାଙ୍କ ସହିତ କିଛି ଖରାପ କାମ କରିଛି। ପରେ ସେ ବୁଝିଲେ ଯେ ଉଦିତ ତାଙ୍କୁ ଦୁଷ୍କର୍ମ କରିଛି। ଏନେଇ ସେ ପଚାରିବାରୁ ଉଦିତ ତାଙ୍କୁ ଧମକ ଦେଇଥିଲେ। ଅଭିଯୋଗ କଲେ, ତାଙ୍କୁ ଭୟଙ୍କର ପରିଣତି ଭୋଗିବାକୁ ପଡ଼ିବ ବୋଲି କହିଥିଲେ। ଉଦିତ ଜଣେ ଛାତ୍ରନେତା ହୋଇଥିବାରୁ ପୀଡ଼ିତା ଡରିଯାଇଥିଲେ ଏବଂ ନିରବ ରହିବାକୁ ବାଧ୍ୟ ହୋଇଥିଲେ ବୋଲି ଏତଲାରେ ଦର୍ଶାଇଛନ୍ତି।

 ଦୁଷ୍କର୍ମ ଅଭିଯୋଗ ପରେ ମଞ୍ଚେଶ୍ବର ଥାନା ପୁଲିସ ଉଦିତଙ୍କୁ ରାତି‌ରେ ଉଠାଇ ନେଇଥିଲା। ଏହି ଖବର ପାଇ ଉଦିତଙ୍କ ପରିବାର ଏବଂ ଛାତ୍ର କଂଗ୍ରେସର ପ୍ରାୟ ୫୦ଜଣ ମଞ୍ଚେଶ୍ବର ଥାନା ସମ୍ମୁଖରେ ଏକାଠି ହୋଇଥିଲେ। 

ଅଭିଯୁକ୍ତ ଉଦିତଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା ୨୦୨୩  ଆଧାରରେ ୫ଟି ଗମ୍ଭୀର ଦଫା ଲାଗିଛି ।ସଙ୍ଗିନ ଦଫାରେ ଅଭିଯୋଗ ପରେ ଉଦିତଙ୍କୁ ଗିରଫ କରାଯାଇଛି । ସେପଟେ ପୀଡ଼ିତାଙ୍କୁ ଆବଶ୍ୟକୀୟ ସୁରକ୍ଷା ଯୋଗାଇ ଦିଆଯିବ ବୋଲି ସ୍ପଷ୍ଟ କରିଛି କମିସନରେଟ ପୁଲିସ। ସେପଟେ ହୋଟେଲକୁ ଯାଇଥିବା ଅନ୍ୟ ୨ ଜଣ ଯୁବକ ଓ ଯୁବତୀଙ୍କୁ ପଚରାଉଚରା କରାଯିବ । ହୋଟେଲ କର୍ମଚାରୀଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ।  ଆବଶ୍ୟକସ୍ଥଳେ ସିସିଟିଭି ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ଜୋନ୍ ୫ ଏସିପି ବିଶ୍ୱରଞ୍ଜନ ସେନାପତି।