ଅକ୍ଟୋବର ୯ରେ ଖାତାକୁ ଆସିବ ସୁଭଦ୍ରା’ ଟଙ୍କା : ପ୍ରଭାତୀ ପରିଡ଼ା

Advertisment

ଆଗାମୀ ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ। ଆସନ୍ତା ୭ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା ଦିଆଯିବ।

ଏହା ଲୀଳାମୟଙ୍କ ଲୀଳା, ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଆଗାମୀ ଅକ୍ଟୋବର ୯ ତାରିଖରେ ସୁଭଦ୍ରାଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ। ଆସନ୍ତା ୭ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଏହାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘଶଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେସୁଭଦ୍ରାଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏସଂପର୍କିତ ଉପସ୍ଥାପନ କରିଥିଲେ।ସୁଭଦ୍ରାଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସେ ସମସ୍ତ ଜିଲ୍ଲାପାଳକୁ ଧନ୍ୟବାଦ ଜଣାଇଥିଲେ। ଏଥିରେ ଦର୍ଶାଯାଇଥିଲା ଯେ ଅଦ୍ୟାବଧି ଛପା ଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ସୁଭଦ୍ରା ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫  ଫର୍ମ ବଣ୍ଟନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe