ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଓ ମୃତ୍ୟୁ ଘଟଣାରେ ଯେଉଁମାନେ ନିଜେ କର୍ତ୍ତବ୍ୟରେ ଅବହେଳା କରିଛନ୍ତି, ସେମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଙ୍ଗଳବାର ରାତିରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ଦେଇଛନ୍ତି।
ଶ୍ରୀ ପୂଜାରୀ କହିଛନ୍ତି, ଛାତ୍ରୀ ଜଣକ ମାନସିକ ନିର୍ଯାତନାର ଶିକାର ହୋଇଥିଲେ। ଛାତ୍ରୀଙ୍କ ମୃତ୍ୟୁ ପରେ ଦଫା ପରିବର୍ତ୍ତନ ହେଉଛି। ଆତ୍ମହତ୍ୟା ପାଇଁ ଉସୁକାଇବା ଦଫା ଲଗାଯାଉଛି। ଏହି ଘଟଣାରେ ଆଉ କେଉଁମନେ ସାମିଲ ଅଛନ୍ତି, ସେମାନଙ୍କୁ ଖୋଜାଯାଉଛି। ଶିକ୍ଷା ବିଭାଗର ତଦନ୍ତକୁ। ମୃତକଙ୍କ ମା’ ମାଧ୍ୟ ଚାହୁଁଛନ୍ତି ତଦନ୍ତର ପରିସର ବଢ଼ାଯାଉ।
ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ ଛାତ୍ରୀଙ୍କ ମୃତ୍ୟୁ ଘଟଣା ସରକାରଙ୍କୁ ବ୍ୟଥିତ କରିଛି। ବହୁ କଷ୍ଟ ଦେଇଛି। ପୀଡ଼ିତା ଓ ତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ ଯାହା ଆବଶ୍ୟକ ପଡ଼ିବ ସରକାର ତାହା କରିବେ। ବାଲେଶ୍ବର ଏଫ୍ଏମ୍ କଲେଜର କେବଳ ବିଭାଗୀୟ ମୁଖ୍ୟ କି ଅଧ୍ୟକ୍ଷ ନୁହନ୍ତି, ଝିଅ ଜୀବନ ହାରିବା ପାଇଁ ସ୍ଥିତି ସୃଷ୍ଟି କରିଥିବା ଯେକୌଣସି ବ୍ୟକ୍ତି ବି ତଦନ୍ତର ପରିସରରକୁ ଆସିବେ। ବିରୋଧୀଙ୍କ ନ୍ୟାୟିକ ତଦନ୍ତ ଦାବି ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ କହିଥିଲେ, ପୂର୍ବ ସରକାରରେ ଅନେକ ଘଟଣାରେ ନ୍ୟାୟିକ ତଦନ୍ତ ହୋଇଥିଲା। ହେଲେ ରିପୋର୍ଟ ଆସୁ ନଥିଲା କି କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉ ନଥିଲା। ଘଟଣାକୁ ନେଇ ସରକାର କଣ ପଦକ୍ଷେପ ନେଇଛନ୍ତି, ଏହାର ଅଗ୍ରଗତି କେମିତି ଚାଲିଛି, ଆଉ କଣ ପଦକ୍ଷେପ ଆବଶ୍ୟକ ସେ ସବୁର ତର୍ଜମା କରିଛୁ।
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ଶେଷ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବାଲେଶ୍ୱର ଘଟଣାରେ ରାଜ୍ୟ ସରକାର କଠୋରରୁ କଠୋର ପଦକ୍ଷେପ ଆରମ୍ଭରୁ ନେଇଥିଲେ। ଯେଉଁଥିପାଇଁ ପ୍ରମୁଖ ଦୁଇ ଅଭିଯୁକ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସେମାନଙ୍କୁ ଗିରଫ ହୋଇସାରିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଘଟଣାରେ ଯେଉଁମାନେ ସମ୍ପୃକ୍ତ ସମସ୍ତେ ଦଣ୍ଡିତ ହେବେ। ସେନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ବାଲେଶ୍ୱର ଘଟଣା ସମ୍ପର୍କରେ ଆଲୋଚନା ହୋଇଛି। ଆଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଭଳି ଘଟଣା ଯେମିତି ଭବିଷ୍ୟତରେ ରାଜ୍ୟର କୌଣସି କଲେଜରେ ନଘଟେ ସେନେଇ ସରକାର ଚେଷ୍ଟିତ ଅଛନ୍ତି।
ସୂଚନାଯୋଗ୍ୟ, କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା।
ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକରେ ଥିବା ପଳାସିଆ ମଶାଣିରେ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୀଡିତାଙ୍କ ପାର୍ଥିବ ଶରୀର ଗାଁରେ ପହଞ୍ଚିବା ପୂର୍ବରୁ ପରିବାରରେ କାନ୍ଦବୋବାଳି ଦେଖାଯାଇଥିଲା। ପୀଡିତାଙ୍କ ଗାଁ ସ୍ତବ୍ଧ ହୋଇପଡ଼ିଥିଲା। ହଜାର ହଜାର ଲୋକଙ୍କ ଉପସ୍ଥିତିରେ ଅଶ୍ରୁଳ ଲୁହରେ ସୌମ୍ୟାଶ୍ରୀଙ୍କୁ ବିଦାୟ ଦିଆଯାଇଥିଲା। ଏହି ଘଟଣା ନେଇ ପୂରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି।
Soumayashree Bisi | Balasore | Suresh Pujari
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/07/15/suresh-2025-07-15-22-26-43.jpg)