ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

ରାୟଗଡ଼ା ଜିଲ୍ଲା  ଗୁଣପୁର ଥାନା ଅନ୍ତର୍ଗତ ଡମ୍ବସରା ଗ୍ରାମର ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ରଂଜିତା ତ୍ରିପାଠୀ ଏବଂ ସେ ଡମ୍ବସରା ଗ୍ରାମ  ପଂଚାୟତର ନାଏବ ସରପଞ୍ଚ ।

Untitled

ରାୟଗଡ଼ା: ରାୟଗଡ଼ା ଜିଲ୍ଲା  ଗୁଣପୁର ଥାନା ଅନ୍ତର୍ଗତ ଡମ୍ବସରା ଗ୍ରାମର ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ରଂଜିତା ତ୍ରିପାଠୀ ଏବଂ ସେ ଡମ୍ବସରା ଗ୍ରାମ  ପଂଚାୟତର ନାଏବ ସରପଞ୍ଚ ବୋଲି ଜଣା ପଡ଼ିଛି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତ ରଂଜିତାଙ୍କ ପରିବାର ବର୍ଗ ଗୁଣପୁର ଥାନାରେ ଦ୍ୱାରସ୍ଥ ହୋଇ ଏହା ହତ୍ୟା ନା ଆତ୍ମହତ୍ୟା ଘଟିଛି ଏହା ସଠିକ ତଦନ୍ତ କରିବା ପାଇଁ ଗୁଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ମୃତ ରଂଜିତା ଡମ୍ବସରା ଗ୍ରାମର ନରସିଂହ ତ୍ରିପାଠୀଙ୍କୁ ୨୦୦୭ ମସିହାରେ ବିବାହ କରିଥିଲେ । ତେବେ କୌଣସି କାରଣବଶତଃ ଗତକାଲି ରଂଜିତାଙ୍କ ମୃତ୍ୟୁ ଘଟିଥିଲା। ସଂଗେ ସଂଗେ ପରିବାରବର୍ଗ ରଂଜିତାଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତି କରିଥିଲେ ବି ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ତେବେ ପରିବାରବର୍ଗଙ୍କ ଅଭିଯୋଗ ଆଧାରରେ ଗୁଣପୁର ପୁଲିସ ଶବକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ବୋଲି ଆଇ ଆଇ ସି କେକେବିକେ କହଁର ପ୍ରକାଶ କରିଛନ୍ତି I

ମିଳିଥିବା ସୂଚନା ଅନୁଯାୟୀ ମୃତ ରଂଜିତା ଡମ୍ବସରା ଗ୍ରାମର ନରସିଂହ ତ୍ରିପାଠୀଙ୍କୁ ୨୦୦୭ ମସିହାରେ ବିବାହ କରିଥିଲେ । ତେବେ କୌଣସି କାରଣବଶତଃ ଗତକାଲି ରଂଜିତାଙ୍କ ମୃତ୍ୟୁ ଘଟିଥିଲା। ସଂଗେ ସଂଗେ ପରିବାରବର୍ଗ ରଂଜିତାଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତି କରିଥିଲେ ବି ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ତେବେ ପରିବାରବର୍ଗଙ୍କ ଅଭିଯୋଗ ଆଧାରରେ ଗୁଣପୁର ପୁଲିସ ଶବକୁ ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ବୋଲି ଆଇ ଆଇ ସି କେକେବିକେ କହଁର ପ୍ରକାଶ କରିଛନ୍ତି I

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe