ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବି ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବି ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବି ଖାଲି ଅଛି। ଏହି ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବି ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2024/10/21/b13D48Sx0wN8zmZYDGij.png)