ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ରହିଛି ସୁନା ଖଣି: ମନ୍ତ୍ରୀ ବିଭୂତିଭୂଷଣ ଜେନା

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି।

zx

ଭୁବନେଶ୍ବର: ଓଡ଼ିଶାରେ ରହିଛି ଭରପୁର ସୁନା ଖଣି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। ତେବେ ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁରବୌଦ୍ଧ ଜିଲ୍ଲାରେ ବି ରହିଛି ସୁନା ଖଣି।
ବିଧାୟକ ଚକ୍ରମଣି କହଁର ରାଜ୍ୟର କେଉଁ କେଉଁ ସ୍ଥାନରେ କେତୋଟି ସୁନା ଖଣିର ସନ୍ଧାନ ମିଳିଛି ଓ ଆଉ କେଉଁ କେଉଁ ନୂଆ ଖଣି କେଉଁ କେଉଁ ସ୍ଥାନରେ ଅଛି ସେନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଏଭଳି ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା। 

ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି।

ଖଣି ମନ୍ତ୍ରୀଙ୍କ ସୂଚନା ମୁତାବକ, ରାଜ୍ୟର ଦେବଗଡ଼ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଦ୍ୱାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ୱେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି। କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର, ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାମ ଚାଲୁ ରହିଛି।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ୱେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି। ଏହାବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe