ଦୁଇ ବାଇକ୍ ମୁହାମୁହିଁ: ଦୁର୍ଘଟଣାରେ ବାପା ପୁଅ ସମେତ ୩ ଜଣଙ୍କ ମୃତ୍ୟୁ

ଗଂଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ଠଣାଗାଁ ରାସ୍ତା ନିକଟ ତଥା ଜରଡ଼ା-ସାମନ୍ତରାପୁର ଗ୍ରାମ ମଧ୍ୟସ୍ଥଳୀ ଠାରେ ଗୋଟିଏ ବୁଲେଟ ଓ ଅନ୍ୟଟି ଯାଭା ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣକ ମୃତ୍ୟୁ ଘଟିଥିବା ଏକା ସମ୍ବେଦନଶୀଳ ଘଟଣା ଘଟିଛି।

Padmapur accident

ପାତ୍ରପୁର: ଗଂଜାମ ଜିଲ୍ଲା ଜରଡ଼ା ଥାନା ଅନ୍ତର୍ଗତ ଠଣାଗାଁ ରାସ୍ତା ନିକଟ ତଥା ଜରଡ଼ା-ସାମନ୍ତରାପୁର ଗ୍ରାମ ମଧ୍ୟସ୍ଥଳୀ ଠାରେ ଗୋଟିଏ ବୁଲେଟ ଓ ଅନ୍ୟଟି ଯାଭା ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣକ ମୃତ୍ୟୁ ଘଟିଥିବା ଏକା ସମ୍ବେଦନଶୀଳ ଘଟଣା ଘଟିଛି। ମୃତକମାନେ ହେଲେ ଜରଡ଼ା ଥାନା ଅଧୀନ ସାମନ୍ତରାପୁର ଗ୍ରାମର ଦଉ ଗୌଡ(୫୫) ଓ ତାଙ୍କ ପୁଅ ସୁନିଲ ଗୌଡ (୨୫)। ସେହିଭଳି ଅନ୍ୟ ମୃତକ ଜଣକ ହେଲେ ବି. ଏନ ପୁର ଥାନା ଅଧୀନ ଗୁଇଲୁଣ୍ଡି ଅଂଚଳର ରାଜେଶ ପାଣିଗ୍ରାହୀ (୨୫)।

ରାଜେଶ ଓ ତାଙ୍କ ସାଙ୍ଗମାନେ ବାର୍‌ହାପଥରକୁ ବଣଭୋଜି କରିବାକୁ ଯାଇଥିଲେ। ଫେରିବା ସମୟରେ ସେମାନେ ବିପରୀତ ଦିଗରୁ ଆସୁଥିବା ଗାଡ଼ି ସହିତ ଧକ୍କା ‌ହୋଇଥିଲେ। ଦଉ ଓ ସୁନିଲ କୌଣସି କାମରେ ଜରଡ଼ା ଗ୍ରାମରୁ ନିଜ ଗ୍ରାମକୁ ଫେରିବା ସମୟରେ ଠଣାଗାଁ ନିକଟରେ ଦଉ ଓ ସୁନିଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ସୁନିଲ ଏବଂ ରାଜେଶଙ୍କ ମୃତ୍ୟୁ ଘଟିଥିଲା। ସୁନୀଲଙ୍କ ବାପା ଦଉ ଗୁରୁତ୍ବର ଭାବେ ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦଉଙ୍କ ଚିକିତ୍ସା ବେଳେ ମୃତ୍ୟୁ ଘଟିଥିବା ଜଣାପଡିଛି।

ରାଜେଶ ଓ ତାଙ୍କ ସାଙ୍ଗମାନେ ବାର୍‌ହାପଥରକୁ ବଣଭୋଜି କରିବାକୁ ଯାଇଥିଲେ। ଫେରିବା ସମୟରେ ସେମାନେ ବିପରୀତ ଦିଗରୁ ଆସୁଥିବା ଗାଡ଼ି ସହିତ ଧକ୍କା ‌ହୋଇଥିଲେ। ଦଉ ଓ ସୁନିଲ କୌଣସି କାମରେ ଜରଡ଼ା ଗ୍ରାମରୁ ନିଜ ଗ୍ରାମକୁ ଫେରିବା ସମୟରେ ଠଣାଗାଁ ନିକଟରେ ଦଉ ଓ ସୁନିଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ।

ଖବର ପାଇ ଜରଡ଼ା ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଥିବା ବେଳେ ମୃତକଙ୍କୁ ବ୍ୟବଚ୍ଛେଦ ପଠାଯାଇଥିବା ସୂଚନା ମିଳିଛି। ସେହିଭଳି ଖବର ପାଇ ପାତ୍ରପୁର ବଡ଼ିଓ ଲକ୍ଷ୍ମଣ ଚରଣ ସୋରେନ, ତହସିଲଦାର ଅଶୋକ ପଟ୍ଟନାୟକ ପହଞ୍ଚିଥିବା ମଧ୍ୟ ସୂଚନା ମିଳିଛି। ଏଭଳି ଦୁଃଖଦ ଖବର ଜଣାପଡିଵା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Accident | ganjam

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe