‘ଏଇ ସପ୍ତାହରେ ମଧ୍ୟାହ୍ନ-ସନ୍ଧ୍ୟାରେ ହୋଇପାରେ କାଳବୈଶାଖୀ-ବର୍ଷା’

Advertisment

ପାଣିପାଗ ବିଭାଗ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି କୁହାଯାଇଛି ଯେ, ଆଗାମୀ ୭ ଦିନ ମଧ୍ୟାହ୍ନ-ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି। 

ପାଣିପାଗ ବିଭାଗ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି କୁହାଯାଇଛି ଯେ, ଆଗାମୀ ୭ ଦିନ ମଧ୍ୟାହ୍ନ-ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି। 

Weather in this week

Weather in this week Photograph: (sambad.in )

ଭୁବନେଶ୍ବର: ବିଗତ କିଛି ଧରି ରାଜ୍ୟବ୍ୟାପି ବର୍ଷା ଜାରି ରହିଲା ପରେ ଏବେ ପୁଣି ଖରା ଆରମ୍ଭ ହୋଇଯାଇଛି। ଗ୍ରୀଷ୍ମଋତୁ ଜାରି ଥିବାରୁ ଆହୁରି କିଛି ଖରା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ପ୍ରେସ୍ ରିଲିଜ୍ ଜାରି କୁହାଯାଇଛି ଯେ, ଆଗାମୀ ୭ ଦିନ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି। 

ଭୁବନେଶ୍ବରସ୍ଥିତ ଅଞ୍ଚଳିକ ପାଣିପାଗ  ବିଜ୍ଞାନ କେନ୍ଦ୍ର ଜୁନ ୨ ତାରିଖ ପାଇଁ କିଛି ରାଜ୍ୟର କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତିଗଞ୍ଜାମ ଜିଲ୍ଲାରେ ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

ଜୁନ୍ ୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର ଓ ଭଦ୍ରକ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ର ଅନୁସାରେ ଜୁନ୍ ୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା-ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ସମ୍ଭାବନା ରହିଛି। ଜୁନ୍ ୫ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ରହିବ। 

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜୁନ୍ ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତର ସମ୍ଭାବନା ରହିଥିବାବେଳେ ଜୁନ୍ ୭ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି ବୋଲି ସତର୍କ କରାଇଛି। ଜୁନ୍ ୮ ତାରିଖରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ। 

 Weather | IMD

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe