ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ଠାରୁ ଉପକୂଳ ଓ ଏହାର ସଂଲଗ୍ନ ଜିଲ୍ଲାମାନଙ୍କରେ ବର୍ଷାର ପରିମାଣ ବଢ଼ିବ।
ଏଣେ ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ପବନ ଓ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଉତ୍ତର ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ଠାରୁ ଉପକୂଳ ଓ ଏହାର ସଂଲଗ୍ନ ଜିଲ୍ଲାମାନଙ୍କରେ ବର୍ଷାର ପରିମାଣ ବଢ଼ିବ।
ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପବନ ଲାଗିରହିବ। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ସହ ଉତ୍ତର ବଙ୍ଗୋପସାଗର ଉପରେ ବର୍ଷା ପବନ ରହିବାକୁ ଥିବାରୁ ଉତ୍ତର ଓଡ଼ିଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/SZln2cWK7h8dQawu7f7F.jpg)