ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ, ଦୁଇ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ମାର୍ଚ୍ଚ ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ।

vh

ପୁରୀ: ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।  ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। ଏଣେ ବନକଲାଗି ପାଇଁ ରତ୍ନଭଣ୍ଡାର ମରାମତି କାମ ଦୁଇ ଦିନ ବନ୍ଦ ରହିବ। ମାର୍ଚ୍ଚ ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।  ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

ଏଣେ ବନକଲାଗି ପାଇଁ ରତ୍ନଭଣ୍ଡାର ମରାମତି କାମ ଦୁଇ ଦିନ ବନ୍ଦ ରହିବ। ମାର୍ଚ୍ଚ ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe