ଭୁବନେଶ୍ବର: ଆଜି ମା ଦୁର୍ଗାଙ୍କ ବିଜୟାଦଶମୀ। ଅସତ୍ୟ ଉପରେ ହେବ ସତ୍ୟର ଜୟ। ଶେଷ ଦିନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ମାଆଙ୍କ ଆରାଧନା। ଶ୍ରଦ୍ଧାଳୁମାନେ ମା'ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଭିଡ଼ ଜମାଇଲେଣି। କଟକରେ ସୁନାରୁପାରେ ଝଟକୁଛନ୍ତି ମାଆ। ଏଣେ ଭୁବନେଶ୍ୱର ମଣ୍ଡପଗୁଡ଼ିକରେ ସୁଉଚ୍ଚ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି।
କେଉଁଠି ମାଆଙ୍କ ମୃଣ୍ମୟ ମୂର୍ତ୍ତି ଦେଖିବାକୁ ଲୋକଙ୍କ ଭିଡ଼ ହେଉଛି ତ କେଉଁଠି ସୁନ୍ଦର ଆଲୋକମାଳା ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ବିଜୟା ଦଶମୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଭଳିକି ଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଆଜି ବିଜୟାଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା ଜଗଦମ୍ବା। ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି। ଟ୍ବିନ ସିଟି କଟକ ଓ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପମାନଙ୍କରେ ବେଶ ଭିଡ଼ ଦେଖିବାକୁ ମିଳୁଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/YbAD6bdKaP0YfWO5f2Ei.jpg)