ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ୩ଜଣଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।
ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ୩ଜଣଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।
ଜଣଙ୍କୁ ରିସିଭ ଡେଥ ଘୋଷଣା କରାଯାଇଥିବାବେଳେ ଅନ୍ୟ ଜଣଙ୍କ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଆଉ ଜଣେ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ମୃତକ ଓ ଆହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରିନାହିଁ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/06/12/IXW1XPeLhtO3paHkvae6.jpg)