ଖେତରେ କାମ କରୁଥିଲେ ୨ ଚାଷୀ, ବଜ୍ରପାତ ନେଲା ଜୀବନ

Advertisment

ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ ଖେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ଗୋବିନ୍ଦ ଓ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାଙ୍କ ପୁଅ ଶିବ ହାଁସଦାl 

ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ ଖେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ଗୋବିନ୍ଦ ଓ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାଙ୍କ ପୁଅ ଶିବ ହାଁସଦାl 

lightning

ବୈଶିଙ୍ଗା: ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ ଅନୁକୂଳ ମହାନ୍ତଙ୍କ ପୁଅ ଗୋବିନ୍ଦ(୫୨) ଏବଂ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାଙ୍କ ପୁଅ ଶିବ ହାଁସଦା(୩୦)l 

ଗୋବିନ୍ଦ ଏବଂ ଶିବ ଡ଼ୁମାପଦା ଗ୍ରାମର ଉମେଶଚନ୍ଦ୍ର ମହାନ୍ତଙ୍କ ବିଲକୁ ଭାଗ ସୂତ୍ରରେ ନେଇ ଚାଷ କରୁଥିଲେl ମଙ୍ଗଳବାର ଚାଷକାମ ପାଇଁ କ୍ଷେତକୁ ଉଭୟ ଯାଇଥିଲେl ସେମାନେ ବିଲରେ ଚାଷକାମ କରୁଥିବା ବେଳେ ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା

ସୂଚନା ଅନୁଯାଇ ଉଭୟ ଗୋବିନ୍ଦ ଏବଂ ଶିବ ଡ଼ୁମାପଦା ଗ୍ରାମର ଉମେଶଚନ୍ଦ୍ର ମହାନ୍ତଙ୍କ ବିଲକୁ ଭାଗ ସୂତ୍ରରେ ନେଇ ଚାଷ କରୁଥିଲେl ମଙ୍ଗଳବାର ଚାଷକାମ ପାଇଁ କ୍ଷେତକୁ ଉଭୟ ଯାଇଥିଲେl ସେମାନେ ବିଲରେ ଚାଷକାମ କରୁଥିବା ବେଳେ ହଠାତ ବର୍ଷା ସହ ବଜ୍ରପାତ ହୋଇଥିଲା। ଉଭୟ ବଜ୍ରପାତର ଶିକାର ହୋଇ ସେହିଠାରେ ହିଁ ଟଳି ପଡ଼ିଥିଲେl ସେଠାରେ ଉପସ୍ଥିତ ଲୋକମାନେ ଉଭୟଙ୍କୁ ଉଦ୍ଧାର କରି ବେତନଟୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେl 

ଖବର ପାଇ ବେତନଟୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଟି ପୃଥକ ମାମଲା ରୁଜୁକରିଵା ସହିତ ମୃତଦେହ ବ୍ୟବଛେଦ କରିବାକୁ ପଠାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe