ପରଲୋକରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

Advertisment

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

ୂର

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କର ଆଜି ଭୁବନେଶ୍ବରଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। କିଛି ବର୍ଷ ଧରି କିଡନିଜନିତ ରୋଗରେ ପୀଡ଼ିତ ହୋଇ ରତିକାନ୍ତ ମହାନ୍ତି ଚିକିତ୍ସିତ ହେଉଥିଲେ। ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିଧବା ପତ୍ନୀ ସିପ୍ରା ଓ ଦୁଇ କନ୍ୟା ପୂଜା ଓ ବନ୍ଦନା ଅଛନ୍ତି। ଶ୍ରୀ ମହାନ୍ତି ଦିନଲିପି, ସ୍ବରାଜ୍ୟ, ହିନ୍ଦୁସ୍ତାନ ସମାଚାର ଓ ଦି ଏସିଆନ୍ ଏଜ୍ ଭଳି ଗଣମାଧ୍ୟମ ସଂସ୍ଥାରେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି। ଓଁ ଶାନ୍ତି

ତାଙ୍କ ବିୟୋଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ୍ ଜଣାଶୁଣା ଥିଲେ। ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି। ଓଁ ଶାନ୍ତି

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe