ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ

Advertisment

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି।  ନିଜ ସଂପତ୍ତିର ସଠିକ ହିସାବ ଦେଇପାରିନଥିବାରୁ ତାଙ୍କୁ ଗିରଫ କରାଯାଇଛି। ଗତକାଲି ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ  ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ।

Updated On

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି।  ନିଜ ସଂପତ୍ତିର ସଠିକ ହିସାବ ଦେଇପାରିନଥିବାରୁ ତାଙ୍କୁ ଗିରଫ କରାଯାଇଛି। ଗତକାଲି ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ  ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ।

ଅଦ୍ୟତନ ହୋଇଛି
dy1

ଭୁବନେଶ୍ବର/ତେଲକୋଇ: ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି।  ନିଜ ସଂପତ୍ତିର ସଠିକ ହିସାବ ଦେଇପାରିନଥିବାରୁ ତାଙ୍କୁ ଗିରଫ କରାଯାଇଛି। ଗତକାଲି ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ  ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ  ପୁଳା ପୁଳା ଟଙ୍କା  ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ।
ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ରହିଛି,ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା। କେନ୍ଦୁଝର ତେଲକୋଇରେରେ ୩ ଟି ମାର୍କେଟ କମ୍ପ୍ଲେକ୍ସ ୨ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ। କେନ୍ଦୁଝର, ଅନୁଗୁଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି। ଖାଲି ସେତିକି ନୁହେଁ ବାବୁଙ୍କର୍ ବ୍ୟାଙ୍କ୍ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି ।
ସବୁଠୁ ଆଶ୍ଚର୍ଯ୍ୟର କଥା ବାବୁ ଏତେ କଳା ଟଙ୍କା ରୋଜଗାର କରିଛନ୍ତି ଯେ ୨୦ ବର୍ଷରେ  ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇଛନ୍ତି, ଯାହାକୁ ଜାଣିବା ପରେ ଭିଜିଲାନ୍ସ ଟିମ୍ ମଧ୍ୟ ତାଜୁବ ହୋଇଯାଇଛି। ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ  ମଧ୍ୟ ମିଳିଛି ପୁଳା ପୁଳା ଟଙ୍କା।

ତାଳଚେର ସରକାରୀ ବାସଭବନ,କାର୍ଯ୍ୟାଳୟ,ଭୁବନେଶ୍ବର ସହିତ ପୈତୃକ ଘର ତେଲକୋଇ ଥାନା ଛାମୁଣ୍ଡା,୪୯ ନଂ ଜାତୀୟ ରାଜପଥ ଜଗମୋହନପୁର ନିକଟସ୍ଥ ଶିଙ୍କୁଳାବାହଳ ଠାରେ ମାର୍କେଟ କମ୍ପ୍ଲେକ୍ସ,ଗୃହ ତଥା ଶଶୁର ଘର ଘଟଗାଁ ବ୍ଲକ ପୁରୁମମୁଣ୍ଡା ଚଢାଉ କରି ବହୁ ଆପତ୍ତିଜନକ ୯ ଲକ୍ଷରୁ ଉର୍ଦ୍ଧ୍ବ ନଗଦ ଟଙ୍କା,ସୁନା,ଜମି,ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା।ଆୟ ବହିର୍ଭୁତ ସମ୍ପତ୍ତିର ହିସାବ ନ ଦେଇ ପାରିବାରୁ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe