ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରୁଥିବା ଜଣାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ସୂଚନା ଅନୁଯାୟୀ, ସୀତାରାମ ପାତ୍ରଙ୍କ ଛତ୍ରପୁର କାର୍ଯ୍ୟାଳୟ ସମେତ ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ଚଢ଼ଉ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।