ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବିକୁ ଦୋହରାଇଲେ ପୁଅ ବିଶାଳ ଦାସ

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ । ଏନେଇ ବିଶାଳ ଦାସ କହିଛନ୍ତି , ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଅନୁରେଧ କରିସାରିଛୁ ।  ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି ।

ଅଦ୍ୟତନ ହୋଇଛି
zxc

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ । ଏନେଇ ବିଶାଳ ଦାସ କହିଛନ୍ତି , ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଅନୁରେଧ କରିସାରିଛୁ ।  ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି । ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ବୋଲି ଭରସା ରହିଛି।

ସୂଚନାଯୋଗ୍ୟ, ଗତ ମାସ ୧୯ ତାରିଖରେ ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ। ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ।

ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଅନୁରେଧ କରିସାରିଛୁ ।  ମାମଲାର ସିବିଆଇ ତଦନ୍ତ ପାଇଁ ଦାବି କରାଯାଇଛି । ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନ୍ୟାୟ ଦେବେ ବୋଲି ଭରସା ରହିଛି।

ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
naba das murder
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe