ନୂଆପଡ଼ା: ଆଜି ନୂଆପଡ଼ା ବିଧାନସଭା ଉପ ନିର୍ବାଚନରେ ଦିନ ୧ଟା ସୁଦ୍ଧା ୫୧.୨୬ ପ୍ରତିଶତ ମତଦାନ ହୋଇଥିବା ଜଣାଯାଇଛି।ପୂର୍ବରୁ ସକାଳ ୧୧ଟା ପର୍ଯ୍ୟନ୍ତ ୩୧.୨୫% ମତଦାନ ହୋଇଥିଲାl ସେଠାକାର ବଡ଼ ବଡ଼ ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ସମେତ ଅନ୍ୟ ପ୍ରାର୍ଥୀମାନେ ମଧ୍ୟ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। 

Advertisment

ପୁଣି ଜଣେ ପ୍ରିଜାଇଡିଂ ଅଫିସର ନିଲମ୍ବିତ 

ତେବେ ଏହା ଭିତରେ ଏକ ବଡ଼ ଖବର ଆସିଛି ଯେ ପୁଣି ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବନ କରିଛନ୍ତି l ସେ ହେଲେ ସନ୍ଦୀପ ସ୍ବାଇଁ। ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍‌ ଗୋପାଳନ ସୂଚନା ଦେଇଥିଲେ ଯେ  ୩୬ ନମ୍ବର ବୁଥରେ କାର୍ଯ୍ୟରତ ଧନଞ୍ଜୟ ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଛି। ଭୋଟରଙ୍କୁ ସହାୟତା ନାଁରେ ନିଜେ ଭୋଟ ଦେଇଥିଲେ ପ୍ରିଜାଇଡିଂ ଅଫିସର। ସିସିଟିଭି ଫୁଟେଜ୍ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। 

ଆହୁରି ପଢ଼ନ୍ତୁ: Jay Dholkia BJP Appeal : ନୂଆପଡ଼ାର ଲକ୍ଷ ଲକ୍ଷ ବାପାଙ୍କ ପାଇଁ କାମ କରିବି: ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍‌ ଗୋପାଳନ ଆହୁରି କହିଥିଲେ ଯେ, ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ମତଦାନ ହୋଇଥିଲା। ସବୁଆଡ଼େ ସୁରୁଖୁରୁରେ ମତଦାନ ଚାଲିଛି, ‘ଆଇନଶୃଙ୍ଖଳା ପରିସ୍ଥିତି ନେଇ ଖବର ନାହିଁ।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ନୂଆପଡ଼ା ନିର୍ବାଚନ ପାଇଁ ମୋଟ ୩୫୮ଟି ମତଦାନ କେନ୍ଦ୍ର ରହିଛି। ଏଥି ମଧ୍ୟରୁ ୪୭ଟି  ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ ହୋଇଛି। ଅତି ସମ୍ବେଦନଶୀଳ ବୁଥକୁ ପୁଲିଂ ପାର୍ଟିର ସଦସ୍ୟମାନେ ବାୟୁସେନା ପକ୍ଷରୁ ବ୍ୟବସ୍ଥିତ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇଛନ୍ତି। ନୂଆପଡ଼ାରେ ମୋଟ୍ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନିଜର ନେତା ବାଛିବେ। ସେମାନଙ୍କ ମଧ୍ୟରୁ ପୁରୁଷ ୧ ଲକ୍ଷ ୨୪ ହଜାର ୧୦୮ ଜଣ, ମହିଳା ୧ ଲକ୍ଷ ୨୯ ହଜାର ୪୯୫, ବରିଷ୍ଠ ନାଗରିକ ୧୭୮୬ ଜଣ, ଯୁବ ଭୋଟର ୯୪୨୯ ଏବଂ ଭିନ୍ନକ୍ଷମ ମତଦାତା ୩୯୮୮ ରହିଛନ୍ତି।

ଆହୁରି ପଢ଼ନ୍ତୁ: Jay Dholkia Casts Vote: ମତଦାନ ଅଧିକାର ସାବ୍ୟସ୍ତ କଲେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ତନ୍ମଧ୍ୟରୁ ୪୭ଟି ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତିସମ୍ବେଦନଶୀଳ ବୁଥ୍ ରୂପେ ଚିହ୍ନଟ ହୋଇଛି। ପୋଲିଂଦଳର ସଦସ୍ୟମାନେ ନୂଆପଡ଼ା ଗୋତମା ଏୟାରଷ୍ଟ୍ରିପ୍‌ରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଅତିସମ୍ବେଦନଶୀଳ ବୁଥ୍‌କୁ ଯାଇଛନ୍ତି। ସୁନାବେଡ଼ା ଅଭୟାରଣ୍ୟ ସଂଲଗ୍ନ ଏହି ୮ଟି ବୁଥ୍‌ ସୋସେଙ୍ଗ, ସୋସେଙ୍ଗ-୨, ଦେଓସିଲ, ସୁନାବେଡ଼ା, ସୁନାବେଡ଼ା-୧(ଏ), ଜାମଗାଁ, ଗାତିବେଡ଼ା-୧ ଓ ଗାତିବେଡ଼ା-୨ ବୁଥ୍‌କୁ ହେଲିକପ୍ଟରରେ ଆଜି ଦିନ ୧୨ଟାରେ ପୋଲିଂଦଳ ଯାଇଛନ୍ତି। ଇଭିଏମ୍‌ରେ କିପରି ମତଦାନ କରାଇବେ ପୋଲିଂ ଅଧିକାରୀଙ୍କୁ ସେନେଇ ପ୍ରଶିକ୍ଷଣ ଦିଆଯାଇଛି। ୧୧ ତାରିଖ ଅପରାହ୍‌ଣ ୫ଟା ଯାଏଁ ମତଦାନ ପ୍ରକ୍ରିୟା ଜାରି ରହିବ। ସମ୍ବେଦନଶୀଳ ବୁଥ୍‌ରେ ଅପରାହ୍ଣ ୪ଟା ଯାଏଁ ଭୋଟଗ୍ରହଣ ହେବ। ସମ୍ବେଦନଶୀଳ ବୁଥ୍‌ରେ ସଶସ୍ତ୍ର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି।