ପାଣିପାଗ: ଆଗାମୀ ୬ଦିନରେ ଏହି ଜିଲ୍ଲାରେ ହେବ ବର୍ଷା ସହିତ ବଜ୍ରପାତ!

ରାଜ୍ୟରେ ଆଗାମୀ ୬ଦିନ ଯାଏଁ ପାଣିପାଗ ସ୍ଥିତି କିଭଳି ରହିବ ସେନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପ୍ରେସରିଲିଜ୍ ଜାରି କରିଛି। ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ କୁଆପଥର ସହ ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି।

rain threatring

rain threatring Photograph: (sambad.in)

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୬ଦିନ ଯାଏଁ ପାଣିପାଗ ସ୍ଥିତି କିଭଳି ରହିବ ସେନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପ୍ରେସରିଲିଜ୍ ଜାରି କରିଛି। ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ କୁଆପଥର ସହ ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଏଥିରେ କହିଛି। ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି। 

ଆସନ୍ତାକାଲି ଅର୍ଥାତ୍ ୨୦ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ପବନ ବହିବ। ପବନର ବେଗ ଘଣ୍ଟା ପିଛା ୫୦-୬୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ଭିତରେ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡିକନ୍ଧମାଳ ଜିଲ୍ଲା ରହିଛି। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନର ବେଗ ୪୦ରୁ ୫୦ କିଲୋମିଟର ଘଣ୍ଟା ପିଛା ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନର ବେଗ ଘଣ୍ଟା ପିଛା ୩୦ରୁ ୪୦କିଲୋମିଟର ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅପ୍ରେଲ ୨୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏଥିରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କବାଣୀ ଦେଇଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି, କୁଆପଥର ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

ସେହିପରି ୨୨ ଓ ୨୩ ତାରିଖରେ ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। 

Weather | imd bhubaneswar

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe