ଭୁବନେଶ୍ବର: ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ  ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ। ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ । ଆଜିଠାରୁ ଶୀତକାଳୀନ ଅଧିବେଶନ ବନ୍ଦ ହେଲା। ସମସ୍ତଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି।

ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେନେଇ ସଚେତନ କରାଇଥିଲେ । ଖାଲି ଏତିକି  ନୁହେଁ ବରଂ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଅନେକ ପ୍ରସଙ୍ଗରେ ଶାସକ ଓ ବିରୋଧୀ ବି ଗୃହରେ ମୁହାଁମୁହିଁ ହେବାର ଦେଖାଯାଇଥିଲା । ଏଣେ ବିଧାନସଭାରେ ବାଚସ୍ପତିଙ୍କ ଠାରୁ ଆରମ୍ଭ କରି ବିଧାୟକଙ୍କ ଯାଏ ସମସ୍ତଙ୍କର ଦରମା ବୃଦ୍ଧି ବିଲ୍ ପାରିତ ହୋଇଛି।

ଆହୁରି ପଢନ୍ତୁ-BJP Announcement : ଡକ୍ଟର ଐଶ୍ବର୍ଯ୍ୟା ବିଶ୍ବାଳ ମହିଳା ଓ ଅଭିଳାଷ ପଣ୍ଡା ଯୁବ ମୋର୍ଚ୍ଚା ସଭାପତି

ଖାସ୍‌ କରି ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳରେ ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଥିଲେ, ଏବେ ମାଲକାନଗିରି ଜଳୁଛି, ଆଗକୁ ଆଉ ଏକ କନ୍ଧମାଳ ହେବାକୁ ଯାଉଛି । ଅନକେ ଘର ପୋଡ଼ି ଦିଆଗଲାଣି, ଜୀବନ ଗଲାଣି । ହେଲେ ଆମେ ଏଠି ବସି କାର୍ଯ୍ୟକ୍ରମ କରୁଛେ  । ଲୋକ କଣ କହିବେ ବୋଲି ପ୍ରଶ୍ନ କରିଛନ୍ତି ରାଜା ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ  ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି ।  ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରି ମାଲକାନଗିରି ପଠାଯାଉ ବୋଲି ଦାବି କରିଛନ୍ତି ବିଜେଡି ବିଧାୟକ ।  

ଆହୁରି ପଢନ୍ତୁ- Leopard Karatapata Forest ଶିକାରୀ ଫାସରେ ପଡ଼ିଲା କଲରାପତରିଆ ବାଘ

ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ସିବିଆଇ ତଦନ୍ତ ଦାବି 

ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ ଓଡ଼ିଶାରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ସିବିଆଇ ତଦନ୍ତ କରାଯିବ। ତାମିଲ ନେଇଗଲା ତାମିଲକୁ ଧର ଧର.. ଭଳି କଥା ବି କହିଥିଲେ ବିଜେଡି ବିଧାୟକ।

Advertisment