ରାଇରଙ୍ଗପୁର/ଗୋରୁମହିଷାଣୀ: ମୟୂରଭଞ୍ଜଜିଲ୍ଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ କୁକୁଡିମୁଣ୍ଡି ଗ୍ରାମରେ ଗତକାଲି ପାରିବାରିକ କଳହକୁ ନେଇ ଜଣେ ମହିଳା ଘରେ ଥିବା କୀଟନାଶକ ଔଷଧ ଖାଇ ଦେଇଥିଲେ। ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣିବା ପରେ ଗୁରୁତର ମହିଳା ସୋମବାରୀ ଦେହୁରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଗୋରୁମହିଷାଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ।
ତେବେ ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ସୂଚନା ପାଇବା ପରେ ଗୋରୁମହିଷାଣୀ ଥାନା ପୁଲିସ ମେଡ଼ିକାଲ ପହଞ୍ଚି ମହିଳାଙ୍କ ମୃତଦେହକୁ ଜବତ କରି ବ୍ୟବଛେଦ ପରେ ପରିବାର ବର୍ଗକୁ ହସ୍ତାନ୍ତର କରିଛି। ଏନେଇ ଥାନାରେ କେସ ନମ୍ବର ୩/୨୫ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2026/01/01/2026-01-01t113431602z-img_20251207_112601-2026-01-01-17-04-31.jpg)
/sambad/media/post_attachments/wp-content/uploads/2023/06/dead-fff.jpg)