ଓଡ଼ିଶା ରାଜସ୍ୱ ଅମଲା ସଂଘର ନିଷ୍ପତ୍ତି: ୧୧ରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ

ଓଡ଼ିଶା ରାଜସ୍ୱ ଅମଲା ସଂଘର  ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ନିଷ୍ପତ୍ତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଆହେତୁକ ବିଳମ୍ବ କରୁଥିବାରୁ କାର୍ଯ୍ୟ ବନ୍ଦ କରାଯିବାକୁ ଚେତାବନୀ ଦିଆଯାଇଛି।

ngp-amala sangh (2)

ନବରଙ୍ଗପୁର: ଓଡ଼ିଶା ରାଜସ୍ୱ ଅମଲା ସଂଘର  ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ନିଷ୍ପତ୍ତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଆହେତୁକ ବିଳମ୍ବ କରୁଥିବାରୁ ଆସନ୍ତା ୧୧ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ କାର୍ଯ୍ୟ ବନ୍ଦ କରାଯିବାକୁ ଚେତାବନୀ ଦିଆଯାଇଛି। ଏହି ଦାବିକୁ ନବରଙ୍ଗପୁର ଜିଲ୍ଲା ସଂଘ ବି ସମ୍ପୁର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିଛି। ରାଜ୍ୟସରକାରଙ୍କ ସହ ଆଲୋଚନା କରିବା ପାଇଁ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀଙ୍କୁ ବି ସଂଘ ପକ୍ଷରୁ ଆଉ ଗୋଟିଏ ଦାବି ପତ୍ର ପ୍ରଦାନ କରାଯାଇଥିଳା।  

ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁ, ଖଣ୍ଡିୟ ସଭାପତି କୈଳାଶ ଚନ୍ଦ୍ର ଦାସଙ୍କ ଉପସ୍ଥିତିରେ ନବରଙ୍ଗପୁର ଜିଲ୍ଲା ଶାଖା ବୈଠକ ସଭାପତି ଆଶୁତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲାl ଦାବିଗୁଡିକ ମଧ୍ୟରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାଇ ଲେବେଲ- ୯କୁ ବୃଦ୍ଧି କରାଯାଉ।

ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୮୮୯୮ ତାରିଖ– ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବି ସୃଷ୍ଟି ଓ ପଦବି ପୁର୍ନଗଠନ କରିବା। ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ, ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରିଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ  କରିବା, ଓଡ଼ିଶା ରାଜସ୍ଵ ସେବା ପଦ୍ଧତିରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦେବା, | ନୂତନ ପେନସନ ଯୋଜନାକୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରିବା ଆଦି ରହିଛି। 

Nabarangpur

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe