ଭୁବନେଶ୍ବର: ସୃଷ୍ଟି ହେଲା ଅବପାତ। ପାରାଦୀପରୁ ୭୩୦ କିମି ଦୂରରେ ଏବେ ରହିଛି ଅବପାତ। ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ। ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଛୁଇଁବ। ଏହା ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦ୍ବୀପ ମଧ୍ୟରେ ସ୍ଥଳ ଭାଗ ଅତିକ୍ରମ କରିବ।
ଗତକାଲିର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ସକାଳ ସାଢେ ୫ଟା ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ଏକ ଅବପାତରେ କେନ୍ଦ୍ରୀଭୂତ ହୋଇଛି। ଅବପାତଟି ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଦକ୍ଷିଣ ପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ୱୀପରୁ ୭୭୯ କିଲୋମିଟର ଦୂରରେ ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଥିବା ଜଣାଯାଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଏବଂ ଏହା ୨୩ ତାରିଖ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଭୀଷଣ ବାତ୍ୟାର ରୂପ ନେବାର ତୀବ୍ର ସମ୍ଭାବନା ଅଛି |
ଏହା ପରେ, ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି ଜାରି ରଖିବ ଓ ୨୪ ତାରିଖ ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପ୍ରବଳ ବାତ୍ୟାରେ ପରିଣତ ହୋଇ ୨୪ ତାରିଖ ରାତିରେ ପୁରୀ ଏବଂ ସାଗର ଦ୍ୱୀପ ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ଏପରିକି ପବନର ବେଗ ଘଣ୍ଟା ପ୍ରତି ୧୨୦ କିଲୋମିଟର ରହିପାରେ ବୋଲି କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2024/10/22/56sjYO9d0WcKxsyWSkXY.jpg)