ପୁରୀ: ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତକ ସ୍ଥାନୀୟ ଅଞ୍ଚଳର ଯୁବକ ସଞ୍ଜୟ ଜେନା ବୋଲି ଜଣା ପଡ଼ିଛି।
ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି ।
ଗତକାଲି ବାଣ ବିସ୍ଫୋରଣରେ ଜଣେ ମହିଳା ଓ ୨ ଜଣ ଯୁବକ ଆହତ ହୋଇଥିଲେ। ସମସ୍ତଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ସଞ୍ଜୟ ଜେନାଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ସକାଳେ ମୃତ୍ୟୁ ଘଟିଛି। ଅନ୍ୟ ୨ ଗୁରୁତର ଏବେ ଭୁବନେଶ୍ୱର ଏମସରେ ଚିକିତ୍ସିତ ହେଉଥିବା ସୂଚନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2024/11/01/eFuUgmoTN9Jbu4EkR5Uf.jpeg)