young man jumped from bridge, dead Photograph: (Sambad.in)
ଦେଓଗାଁ: ବ୍ରିଜ ଉପରୁ ଡେଇଁ ଯୁବକଙ୍କର ଆତ୍ମହତ୍ୟା। ଶୋନଗଡ଼ ନଦୀ ବ୍ରିଜରୁ ଡେଇଁ ଆତ୍ମହତ୍ୟା। ସକାଳେ ସିକୁଆ ବ୍ରିଜ ତଳେ ପଡ଼ିଥିଲା ଶବ। ଦେଓଗାଁ ଥାନା ସିକୁଆ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା।
ମିଳିଥିବା ସୂଚନା ଅନୁସାରେ ଦେଓଗାଁ ଥାନା ସୀକୁଆ ଗାଁର ବରୁଣ କୁମୁରିଆ (୨୯) ବ୍ରିଜ ଉପରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡିଛି। ତେବେ ଯୁବକ ଜଣକ କାହିଁକି ଆତ୍ମହତ୍ୟା କଲେ ସେ ନେଇ କୌଣସି ସ୍ପଷ୍ଟତା ଆସିନାହିଁ।
ଆହୁରି ପଢ଼ନ୍ତୁ: Vigilance Raid Ranger ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ, ରାହାମା ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭଜିଲାନ୍ସ ଚଢ଼ାଉ
ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୁଲିସ
ଦେଓଗାଁ ପୁଲିସ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ କରୁଛି। ଏନେଇ ପୁଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ପଠାଇଛି । ତେବେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।
Follow Us