ହାତୀକୁ ଘଉଡ଼ାଉଥିଲେ, ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା

ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଦନ୍ତା ହାତୀକୁ ଘଉଡ଼ାଉଥିବା ବେଳେ ଜଣେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି।

ପଥରଗାଡ଼ିଆରେ ରାତିଯାକ ହାତୀ, ସନ୍ଧ୍ୟାରୁ ପଡ଼ିଯାଉଛି ତାଟି

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଦନ୍ତା ହାତୀକୁ ଘଉଡ଼ାଉଥିବା ବେଳେ ଜଣେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡା। ସ୍ଥାନୀୟ ଅଞ୍ଚଳରେ ହାତୀ ଆତଙ୍କ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଦୁଇ ଦିନ ଧରି ଏକ ଗୋଠଛଡ଼ା ଦନ୍ତାହାତୀ ଉତ୍ପାତ ଚଲେଇଥିବା ବେଳେ ବନବିଭାଗ ଓ ଗ୍ରାମବାସୀ ମିଳିତ ଘଉଡ଼ାଉଥିବା ବେଳେ ହାତୀଟି ବୁଲି ପଡ଼ି କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କୁ ଶୁଣ୍ଢରେ କଚାଡ଼ିଦେଇଥିଲା, ପରେ ସେ ଗୁରୁତର ହୋଇ ପଡ଼ିଥିବାରୁ ତାଙ୍କୁ ବନବିଭାଗ ସଙ୍ଗେ ସଙ୍ଗେ ବଣାଇ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe