ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅର୍ନ୍ତଗତ ବିଜାତଳା ବ୍ଳକ୍ ବାଙ୍କାଡୁଙ୍ଗୁରି ଗ୍ରାମ ନିକଟରେ ଗୁରୁବାର ସକାଳୁ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ଯୁବକଙ୍କ ମୃତ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ସାଗର ପାତ୍ର।
ସୂଚନା ଅନୁଯାୟୀ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅର୍ନ୍ତଗତ ବିଜାତଳା ବ୍ଳକ୍ ବାଙ୍କାଡୁଙ୍ଗୁରି ଗ୍ରାମ ନିକଟରେ ଆଜି ଭୋର୍ ସମୟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବିଶୋଇ ଥାନା ଅର୍ନ୍ତଗତ ମହୁଭଣ୍ଡାର ଗ୍ରାମର ସାଗର ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସମ୍ପର୍କୀୟ ଭାଇ ଖଗେଶ୍ବର ପାତ୍ର ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରଯାଇଥିଲା
ବିଶୋଇ ଥାନା ଅର୍ନ୍ତଗତ ମହୁଭଣ୍ଡାର ଗ୍ରାମର ସାଗର ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସମ୍ପର୍କୀୟ ଭାଇ ଖଗେଶ୍ବର ପାତ୍ର ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରଯାଇଥିଲା।
ତେବେ ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦାସ୍ଥ ପଣ୍ତିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଏଣ୍ଡ ହସ୍ପିଟାଲ ରେ ଭର୍ତ୍ତି କରଯାଇଛି। ପୁଲିସ ଘଟଣାସ୍ଥଳରୁ ଦୁର୍ଘଟଣା ଗ୍ରସ୍ତ ଗୋଟିଏ ବାଇକ୍କୁ ଉଦ୍ଧାର କରିଥିବା ବେଳେ ଅନ୍ୟ ବାଇକ୍ ଆରୋହୀ ସେଠାରୁ ଫେରାର ହୋଇଯାଇଛି। ଏନେଇ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତଭାର ଜାରି ରହିଛି। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଛି।
Mayurbhanj