ରାଜଧାନୀରେ ‘ମୋ ବସ୍’ ଧକ୍କାରେ ଯୁବତୀ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ଚନ୍ଦ୍ରଶେଖରପୁର ପେଟ୍ରୋଲ୍ ପମ୍ପ୍ ନିକଟରେ ମୋ ବସ ଧକ୍କାରେ ଜଣେ ଯୁବତୀ ଗୁରୁତର ଆହତ ହୋଇ ତାଙ୍କର ହାତ କଟିଯାଇଥିବା ସୂଚନା ରହିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଥିବା ବେଳେ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

Mo_Bus_8

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ‘ମୋ ବସ୍’ ଧକ୍କାରେ ଜଣେ ଯୁବତୀ ଗୁରୁତର ହୋଇଥିବାର ଖବର ମିଳିଛି। ଚନ୍ଦ୍ରଶେଖରପୁର ପେଟ୍ରୋଲ୍ ପମ୍ପ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ଚନ୍ଦ୍ରଶେଖରପୁରରେ ମୋ ବସ ଧକ୍କାରେ ଜଣେ ଯୁବତୀ ଗୁରୁତର ଆହତ ହୋଇ ତାଙ୍କର ହାତ କଟିଯାଇଥିବା ସୂଚନା ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଥିବା ବେଳେ  ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ଚନ୍ଦ୍ରଶେଖରପୁର ପେଟ୍ରୋଲ୍ ପମ୍ପ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ଚନ୍ଦ୍ରଶେଖରପୁରରେ ମୋ ବସ ଧକ୍କାରେ ଜଣେ ଯୁବତୀ ଗୁରୁତର ଆହତ ହୋଇ ତାଙ୍କର ହାତ କଟିଯାଇଥିବା ସୂଚନା ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଥିବା ବେଳେ  ଦୁର୍ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ଏଥିସହ ଚନ୍ଦ୍ରଶେଖରପୁରରେ ଅଞ୍ଚଳରେ ଗଡ଼ୁଥିବା ସମସ୍ତ ମୋ ବସକୁ ଅଟକାଇ ଦେଇଛନ୍ତି ସ୍ଥାନୀୟ ଲୋକ। ଏହାଫଳରେ ସେଠାରେ ୧୪ଟି ମୋ ବସ୍ ଅଟକି ରହିଥିବା ଜଣାଯାଇଛି। ଦୁର୍ଘଟଣା ପରେ ନନ୍ଦନକାନନ-ଜୟଦେବ ବିହାର ରାସ୍ତାରେ ଟ୍ରାଫିକ୍ ଜାମ୍ ହୋଇଛି। ଏଣେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ଥିବା ସୂଚନା ରହିଛି। ଲୋକେ ବସ୍ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା ହେତୁ ଏପରି ଦୁର୍ଘଟଣା ଘଟିଥିବା କହୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe