ଆପଣଙ୍କ ବାଡ଼ି କିମ୍ବା କୁଣ୍ଡରେ ପୋଦିନା ଗଛ ଅଛି କି? ଯଦି ନାହିଁ ତେବେ ତୁରନ୍ତ ଲଗାନ୍ତୁ, ଗୋଟାଏ ଗଛରେ ଅନେକ ଫାଇଦା

Advertisment
ଆପଣଙ୍କ ବାଡ଼ି କିମ୍ବା କୁଣ୍ଡରେ ପୋଦିନା ଗଛ ଅଛି କି? ଯଦି ନାହିଁ ତେବେ ତୁରନ୍ତ ଲଗାନ୍ତୁ, ଗୋଟାଏ ଗଛରେ ଅନେକ ଫାଇଦା

YouTube

ଆପଣ ଆପଣଙ୍କ ବ‌ାଡ଼ିରେ କିମ୍ବା ଛାତରେ ଥିବା କୁଣ୍ଡରେ ପୋଦିନା ଗଛ ରଖିଛନ୍ତି କି? ଯଦି ରଖିନାହାନ୍ତି ତେବେ, ତୁରନ୍ତ ଏହି ଉପକାରୀ ଗଛକୁ ଆଣି ନିଜ ଘର ପାଖରେ ରଖନ୍ତୁ। ଏହାକୁ ଆପଣ ବିଭିନ୍ନ ପ୍ରକାରର ଖାଦ୍ୟ ଓ ପାନୀୟରେ ବ୍ୟବହାର କରିପାରିବେ। ପୋଦିନା ପତ୍ର ଚଟଣିରୁ ଆରମ୍ଭ କରି ବିଭିନ୍ନ ପ୍ରକାରର ସରବତରେ ବି ଆପଣ ଏହାକୁ ବ୍ୟବାହାର କରିପାରିବେ। କେବଳ ଯେ ପାଟି ସୁଆଦ ପାଇଁ, ତାହା ନୁହେଁ। ଏହି ପତ୍ରର ଗୁଡ଼ାଏ ସୁଫଳ ରହିଛି।

: ପୋଦିନା ପତ୍ର ଖାଇବା ଦ୍ବାରା ହଜମ ଶକ୍ତି ବୃଦ୍ଧି ପାଇଥାଏ। ଫ‌ଳରେ ପେଟ କାଟିବା, ଝାଡ଼ା ନହେବା, ପେଟ ପୋଡ଼ାଜଳା ହେବା ଆଦି ସମସ୍ୟା ହ୍ରାସ ପାଇଥାଏ।

: ଶ୍ବାସ ରୋଗୀଙ୍କ ପାଇଁ ଏହା ଅବ୍ୟର୍ଥ ଔଷଧ ପରି କାମ କରେ। ଏହାକୁ ଦୈନିକ ଖାଇବା ଦ୍ବାରା ଶ୍ବ‌ାସ ରୋଗ ଆୟତ୍ତରେ ରହିଥାଏ।

: ଥଣ୍ଡା, କାଶ, ଜ୍ବର ଆଦି ପାଇଁ ମଧ୍ୟ ଏହି ପତ୍ର ଔଷଧୀୟ କାର୍ଯ୍ୟ କରିଥାଏ। ଯଦି ଆପଣଙ୍କର ଥଣ୍ଡା ଶରୀର ତେବେ ଆପଣ ଏହାକୁ ନିତିଦିନ ଖାଇବାର ଅଭ୍ୟାସ ରଖିପାରନ୍ତି।

publive-image
Depositphotos

: ଏହାକୁ ଖାଇଲେ ମୁଣ୍ଡବିନ୍ଧା ମଧ୍ୟ କମ୍‌ ହୋଇଥାଏ। ଏହାର କଡ଼ା ବାସ୍ନା ମୁଣ୍ଡବିନ୍ଧାକୁ ଭଲ କରିଥାଏ ବୋଲି ଗବେଷକମାନେ ମତ ରଖିଛନ୍ତି।

: ଓଜନ ହ୍ରାସ ପାଇଁ ମଧ୍ୟ ଆପଣ ପୋଦିନା ପତ୍ର ଖାଇପାରନ୍ତିି। ଏହା ଶରୀରର ଅତିରିକ୍ତ ଚର୍ବିକୁ କମ୍‌ କରିଥାଏ।

: ପୋଦିନା ପତ୍ର ଖାଇବା ଦ୍ବାରା ମସ୍ତିଷ୍କ ତୀକ୍ଷ୍ଣ ହୋଇଥାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe