ଶ୍ୱାସରୁ ଆଶ୍ୱସ୍ତି ଦେଇଥାଏ ମହୁ ଏବଂ ସୋରିଷ ତେଲ
ଆସ୍ଥମା ହେଉଛି ଏକ ଶ୍ୱାସଜନିତ ରୋଗ । ଏହି ରୋଗ ହେବା ଦ୍ୱାରା ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥାଏ । ଏହି ରୋଗ କୌଣସି ବି ବୟସର ଲୋକଙ୍କୁ ହେଉଥିବା ବେଳେ ଛାତିରେ ଯନ୍ତ୍ରଣା ହେବା ସହ କାଶ ମଧ୍ୟ ହୋଇଥାଏ । ଶ୍ୱାସକୁ ନିୟନ୍ତ୍ରଣରେ ରଖିବା ପାଇଁ ବାହାରେ ମିଳୁଥିବା ଔଷଧ ଅପେକ୍ଷା ଘରୋଇ ଉପାୟ ଆପଣାଇବା ବି ଲାଭଦାୟକ ହୋଇଥାଏ । ଆସନ୍ତୁ ଜାଣିବା ସେହି ଉପାୟ ବିଷୟରେ…..
Sambad is now on WhatsApp
Join and get latest news updates delivered to you via WhatsApp
୧.ଏକ ଲିଟର ପାଣିରେ ଏକ ଚାମଚ ମେଥି ମିଶାଇ ଅଧଘଣ୍ଟା ପର୍ଯ୍ୟନ୍ତ ଫୁଟାନ୍ତୁ । ଏହାକୁ ଛାଣି ଟିକେ ଅଦା ରସ ଏବଂ ମହୁ ମିଶାଇ ଏହାକୁ ସେବନ କରନ୍ତୁ । ପ୍ରତିଦିନ ସକାଳୁ ଏହାକୁ ପିଇବା ଦ୍ୱାରା ଶ୍ୱାସ ଅନେକାଂଶରେ ନିୟନ୍ତ୍ରଣରେ ରହିଥାଏ ।
୨.ସୋରିଷ ତେଲରେ କର୍ପୁର ପକାଇ ଗରମ କରନ୍ତୁ । ଟିକେ ଥଣ୍ଡା ହେବା ପରେ ଏହି ତେଲକୁ ଛାତି ଏବଂ ପିଠିରେ ମାଲିସ କରନ୍ତୁ । ୨-୩ ଥର ମାଲିସ କରିବା ଦ୍ୱାରା ନିଶ୍ୱାସ ନେବା ସହଜ ହେବା ସହ ଆରାମ ଲାଗିଥାଏ।
୩. ଅଦା, ମହୁ ଏବଂ ଡାଳିମ୍ବକୁ ମିଶାଇ ଏକ ପାନୀୟ ତିଆରି କରନ୍ତୁ । ଆସ୍ଥମା ହେବା ସମୟରେ ଦିନକୁ ୨-୩ ଥର ଏହାକୁ ସେବନ କଲେ ପାର୍ଥକ୍ୟ ଆପେ ଆପେ ଜାଣି ପାରିବେ ।