ପ୍ରତିଦିନ ପୋଇ ଖାଇବା ଦ୍ୱାରା ଶରୀରକୁ ମିଳିଥାଏ ଏହି ୫ଟି ଫାଇଦା

ପୋଇ ଖାଇବା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏହାକୁ ଲୋକମାନେ ତରକାରୀ ବା ସୁପ୍‌ କରି ପିିଇବାକୁ ପସନ୍ଦ କରିଥାନ୍ତି । ଭିଟାମିନ୍‌, କ୍ୟାଲୋରୀ,ପ୍ରୋଟିନ୍‌,କାର୍ବୋହାଇଡ୍ରେଟ୍‌,ଫ୍ୟାଟ୍‌,ଫାଇବର ଏବଂ ଆଇରନରେ ଭରପୂର ଥିବା ପୋଇ ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଶରୀରରେ ରକ୍ତର ଅଭାବ ଦୂର ହୋଇଥାଏ । ଏବେ ଆସନ୍ତୁ ଜାଣିବା ଏଥିରୁ ଶରୀରକୁ ମିଳୁଥିବା ଅନେକ ଫାଇଦା ବିଷୟରେ..।

୧.କିଛି ଲୋକ ପୋଇକୁ କେବଳ ଶରୀରରେ ହେମୋଗ୍ଲୋବିନ୍‌ ବଢ଼ାଇବା ପାଇଁ ବ୍ୟବହାର କରାଯାଏ ଭାବିଥାନ୍ତି । କିନ୍ତୁ ଏଥିରେ ଅନେକ ପ୍ରକାରର ଉପକାରୀ ଗୁଣ ରହିଛି । ଏହା ହେମୋଗ୍ଲୋବିନ୍‌ ବଢ଼ାଇବା ସହ ହୃଦୟକୁ ମଧ୍ୟ ସୁସ୍ଥ ରଖିଥାଏ । ପୋଇ ଏନେମିଆ ରୋଗୀଙ୍କ ପାଇଁ ଔଷଧଠାରୁ ଅଧିକ ଲାଭଦାୟକ ହୋଇଥାଏ ।

Healthline

୨.ପୋଇ ଶରୀର ସହ କେଶ ପାଇଁ ଲାଭଦାୟକ ହୋଇଥାଏ । ଯେଉଁମାନଙ୍କର କେଶ ଝଡ଼ିବାର ସମସ୍ୟା ରହିଛି, ସେମାନେ ପୋଇକୁ ନିଜ ଖାଦ୍ୟରେ ସାମିଲ କରିବା ଉଚିତ୍‌ । ଯାହା ଶରୀରରେ ଆଇରନ୍‌ର ଅଭାବକୁ ଦୂର କରି କେଶ ଝଡ଼ିବା ରୋକିଥାଏ ।

୩. ପୋଇ ତ୍ୱଚାର ଅନେକ ସମସ୍ୟା ଦୂର କରିଥାଏ । ଚର୍ମ ଲୋଚାକୋଚା ହୋଇ ଯାଇଥିଲେ,ପୋଇ ଏବଂ ଲେମ୍ବୁ ରସରେ କିଛି ବୁନ୍ଦା ଗ୍ଲିସେରିନ୍‌ ମିଶାଇ ରାତିରେ ଶୋଇବା ପୂର୍ବରୁ ଲଗାନ୍ତୁ । ଧିରେ ଧିରେ ତ୍ୱଚାଜନିତ ସମସ୍ତ ସମସ୍ୟା ଦୂର ହୋଇଯିବ ।

୪.ପୋଇରେ ଫଲିକ୍‌ ଏସିଡ୍‌ ଏବଂ କ୍ୟାଲସିୟମ ଅଧିକ ମାତ୍ରାରେ ରହିଥାଏ । ଯଦି ଆପଣଙ୍କର ପାଇରିୟା ସମସ୍ୟା ରହିଛି, ତେବେ କଞ୍ଚା ପୋଇର ପତ୍ର ଚୋବାଇବା ଆରମ୍ଭ କରନ୍ତୁ ।

୫. ପୋଇ ରସରେ ଗାଜର ରସ ମିଶାଇ ପିଇବା ଦ୍ୱାରା ପେଟର ଚର୍ବି କମ ହୋଇଥାଏ । ଯଦି ଆପଣ ମୋଟାପଣ ସମସ୍ୟା ଦେଇ ଗତି କରୁଛନ୍ତି, ତେବେ ପୋଇ ରସ ସହ ଗାଜର ବା ଲେମ୍ବୁ ରସ ମିଶାଇ ପିଇ ପାରିବେ ।

ସମ୍ବନ୍ଧିତ ଖବର