ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ସାମାଜିକ କାର୍ଯ୍ୟରେ ଆପଣଙ୍କ ଭୂମିକା ପାଇଁ ମାନସମ୍ମାନ ବଢ଼ିବ। ବିଦେଶରୁ ଭଲ ଖବର ପାଇବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ୱରୀ।

 

ବୃଷ: ଆପଣଙ୍କ ଆକର୍ଷକ ଶକ୍ତି ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିବ। ବ୍ୟବସାୟରେ ଆଶା ଠୁଁ ଅଧିକ ଧନଲାଭ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। କୌଣସି ନୂଆ ସମ୍ବନ୍ଧ ଆରମ୍ଭ ହୋଇପାରେ। ଛାତ୍ର ନିଜର ଗୁରୁଜନଙ୍କ ଠାରୁ ମାର୍ଗ ଦର୍ଶନ ନିଅନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

 

ମିଥୁନ: ବୁଦ୍ଧିମତ୍ତାର ସହିତ କାମ କରିବାରେ ସକ୍ଷମ ହେବେ। ପୁରୁଣା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ଧନଲାଭ ଯୋଗ ରହିଛି। ଶିକ୍ଷକଙ୍କ ପୂରା ସହଯୋଗ ଆପଣଙ୍କୁ ମିଳିବ। ଘରକୁ କୌଣସି ସଂପର୍କୀୟ ଶୁଭ ସମାଚାର ନେଇ ଆସିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସୁରେଶ୍ୱରୀ।

 

କର୍କଟ: ଦିନଟି ଆପଣଙ୍କ ଲାଗି ମହତ୍ତ୍ଵପୂର୍ଣ୍ଣ ରହିବ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ନୂଆ ପରିବର୍ତ୍ତନ କରିବେ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ବାବା କପିଳାସ।

 


ସିଂହ: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ। ଚାକିରିଆଙ୍କର ମନୋକାମନା ପୂରା ହେବ। ବ୍ୟବସାୟରେ ଉନ୍ନତି ଓ ଧନଲାଭ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବାର ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସରସ୍ୱତୀ।

 

କନ୍ୟା: ଆପଣଙ୍କ ମନ କାମ ଧନ୍ଦାରେ ଲାଗି ରହିବ। ବ୍ୟବସାୟରେ ଡିଲ୍‌ ପାଇଁ ଦୂରସ୍ଥାନକୁ ଯାଇପାରନ୍ତି। ନୂଆ ଜମି କିଣିବା ଲାଗି ଦିନଟି ଉତ୍ତମ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 


ତୁଳା: ସଫଳତାର ନୂଆ ପାହାଚରେ ପାଦ ରଖିବେ। କାନୁନ ବିବାଦ ଆଜି ସମାପ୍ତ ହୋଇପାରେ। ସରକାରୀ ଚାକିରିଆଙ୍କ ଆର୍ଥିକ ପକ୍ଷ ମଜଭୁତ ହେବ। ସାମାଜିକ ପ୍ରଶଂସାରେ ଆପଣଙ୍କୁ ଖୁସି ପ୍ରାପ୍ତ ହେବ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ ଲାଗି ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ପାଟଣେଶ୍ୱରୀ।

 

ବିଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଫିସରେ ଆପଣ ସାବଧାନତା ଅବଲମ୍ବନ କରିବା ଦରକାର। କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ। ବଜେଟକୁ ଧ୍ୟାନରେ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମହାଲକ୍ଷ୍ମୀ।

 

ଧନୁ: ପରିବାରର ସବୁ ସଦସ୍ୟଙ୍କ ଭରପୂର ସହଯୋଗ ପାଇବେ। ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ। ଯୌଥ କାରବାରରୁ ଯଥେଷ୍ଟ ଲାଭ ପାଇବେ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିବିଶେଷ ସମ୍ମାନିତ ହୋଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ମକର: ଦିନଟି ଲାଭପ୍ରଦ ରହିବ। ବ୍ୟବସାୟରେ ନୂଆ ଦିଶା ମିଳିବ। ଅଫିସରେ ଆପଣଙ୍କ ପରାମର୍ଶକୁ କର୍ତ୍ତୃପକ୍ଷ ପ୍ରଶଂସା କରିବେ। ଅଚାନକ ଧନଲାଭ ଯୋଗ ରହିଛି। ଶିକ୍ଷା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀ ଗଣେଶ।

 


କୁମ୍ଭ: ଭାଗ୍ୟ ଉଜ୍ଜ୍ଵଳ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ମୁସ୍କିଲ ପ୍ରଶ୍ନର ସମାଧାନ ବାହାର କରିନେବେ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ମୀନ: ସବୁ ପ୍ରକାର ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ। ଆପଣଙ୍କର ତର୍କ ଶକ୍ତି ଆଜି କାମରେ ଆସିବ। ବ୍ୟବସାୟରେ ଉତ୍‌ଥାନ-ପତନ ଲାଗି ରହିବ। ପଇସା ନେଣଦେଣ ସାବଧାନତାର ସହ କରନ୍ତୁ। ଶୁଭରଙ୍ଗ: ଲାଲ। ଆରାଧନା: ବାବା ଆଖଣ୍ଡଳମଣି।

ସମ୍ବନ୍ଧିତ ଖବର