ଜାଣନ୍ତୁ ଆଜିର ରାଶିଫଳ

ମେଷ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ। ଚାକିରିରେ କିଛି ପରିବର୍ତ୍ତନ କିମ୍ବା ବଦଳି ହେବ। ସନ୍ତାନଙ୍କ ସଫଳତାରେ ମନ ଆନନ୍ଦିତ ରହିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ପାଟଣେଶ୍ୱରୀ।

 


ବୃଷ: ଧାର୍ମିକ ଭାବନାରେ ଅଧିକ ସମୟ କଟିବ। ବ୍ୟବସାୟରେ ନୂଆ ସମ୍ଭାବନା ଅନେ୍ଵଷଣ କରିବେ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି। ସରକାରୀ ଚାକିରିଆ ଟିକେ ଅଶାନ୍ତିରେ ରହିପାରନ୍ତି। ବନ୍ଧୁଙ୍କ ସହିତ ବସି ହାଲୁକା ଅନୁଭବ କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ଦୁର୍ଗା।


ମିଥୁନ: ଆପଣଙ୍କ ମନ ଚଞ୍ଚଳ ରହିବ। ବାକ୍‌ ସଂଯମ ରଖନ୍ତୁ। କାହାରିକୁ ଅପଶଦ୍ଦ କୁହନ୍ତୁ ନାହିଁ। ଆପଣଙ୍କ ଦିମାକରେ ନୂଆ ନୂଆ ଚିନ୍ତା ଘୂରି ବୁଲିବ। ପଇସା ମାମଲାରେ ସତର୍କ ରହନ୍ତୁ। ଅଫିସ କାମ ତରବର ହୋଇ କରନ୍ତୁ ନାହିିଁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସମଲେଶ୍ୱରୀ।

କର୍କଟ: କମ୍‌ କଥା କହିଲେ ଲୋକଙ୍କ ନଜରରେ ଆସିବେ। ବ୍ୟବସାୟ ବୃଦ୍ଧି ଉପରେ ଅଧିକ ଧ୍ୟାନ ଦେବେ। ପରିବାରର ବଡ଼ଙ୍କ ଠାରୁ ପ୍ରଶଂସା ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

 

ସିଂହ: କାମ ପ୍ରତି ଆପଣଙ୍କର ଉତ୍ସାହ ବୃଦ୍ଧି ହେବ। ବନ୍ଧୁଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ଅଧିକ ଲାଭ ପାଇଁ ନୂଆ କୌଶଳ ଅବଲମ୍ବନ କରିବେ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସତ୍ୟନାରାୟଣ।

 

କନ୍ୟା: ଚେଷ୍ଟା କରନ୍ତୁ, କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ ହୋଇଯିବ। ଆର୍ଥିକ ସ୍ଥିତିରେ ସୁଧାର ହେବ। ଚାକିରି ସମ୍ବନ୍ଧିତ କୌଣସି ମନୋକାମନା ପୂରା ହେବ। ଭାଇଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

 


ତୁଳା: ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ। ନାରାଜ ଥିବା ବନ୍ଧୁଙ୍କୁ ମନାଇବାରେ ସଫଳ ହେବେ। ରାଜନୀତିରେ ପଦ ପ୍ରାପ୍ତ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 


ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଲକ୍ଷ୍ୟ ହାସଲ ପାଇଁ ଅଗ୍ରସର ହେବେ। ଧନ ସମ୍ବନ୍ଧିତ ପୁରୁଣା ସମାସ୍ୟାର ସମାଧାନ ହୋଇଯିବ। ନୂଆ ପରିଯୋଜନାରେ ଅନୁବନ୍ଧ ମିଳିପାରେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

 


ଧନୁ: ଆପଣଙ୍କ ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ଘନିଷ୍ଠ ହେବ। ଆର୍ଥିକ ଚିନ୍ତା ଦୂର ହେବ। ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

ମକର: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ। ବଢ଼ିଆ ଚାକିରିର ସୁଯୋଗ ଆସିପାରେ। ବ୍ୟବସାୟିକ ଯୋଜନା ସଫଳ ହେବ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ସୁଖ ପାଇବେ। ସ୍ୱାସ୍ଥ୍ୟ ଓ ଶକ୍ତି ବୃଦ୍ଧି ଲାଗି ଉଚିତ ପଦକ୍ଷେପ ନେବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଗୁପ୍ତେଶ୍ୱର।

 

କୁମ୍ଭ: କାମ ପ୍ରତି ଆପଣଙ୍କ ଭାବନା ସକାରାତ୍ମକ ରଖନ୍ତୁ। ରାଷ୍ଟ୍ରୀୟ ସ୍ତରର ନେତାଙ୍କ ସହିତ ମିଶିବାର ଅବସର ପାଇବେ। ବ୍ୟବସାୟ ଠିକ୍‌ ଢଙ୍ଗରେ ପରିଚାଳନା କରିବାରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

 


ମୀନ: ଆପଣଙ୍କ ଲାଗି ଉନ୍ନତି ଓ ଲାଭ ମିଳିବାର ଦିନଟିଏ। ନୂଆ ପରିଯୋଜନାରେ ଆପଣ ଧ୍ୟାନ କେନ୍ଦ୍ରିତ କରିବେ। ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

ସମ୍ବନ୍ଧିତ ଖବର