ପ୍ରାୟତଃ ଲୋକେ ନିଜ ଦିନର ଆରମ୍ଭ ଚା’ କିମ୍ବା କପେ କଫିରୁ କରିଥାନ୍ତି । ସେମାନଙ୍କୁ ଏହା ଫୂର୍ତ୍ତି ତଥା ସତେଜ ଅନୁଭବ କରାଇଥାଏ । କିଛି ଲୋକ ଚା’ ସହିତ ଅନେକ ଜିନିଷ ଖାଇଥାନ୍ତି । କିନ୍ତୁ କିଛି ଜିନିଷ ଏମିତି ରହିଛି, ଯାହାକୁ ଚା’ ସହିତ ଖାଇବା ଦ୍ୱାରା ତାହାର କୁ-ପ୍ରଭାବ ଶରୀର ଉପରେ ପଡ଼ିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ, ଚା’ ସହିତ କେଉଁ ଜିନିଷ ଖାଇବା ଦ୍ୱାରା ଶରୀରକୁ କ୍ଷତି ପହଞ୍ଚିଥାଏ.....
୧. ଯଦି ଆପଣ ସକାଳ ସମୟରେ ଚା’ ପିଉଛନ୍ତି, ତେବେ ତା’ ସହିତ ଆଇରନ ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ । ଚା’ରେ ଟେନିନ୍ ରହିଥାଏ, ଯାହା ଆଇରନ୍କୁ ଅବଶୋଷିତ କରିଥାଏ । ଏହା ଦ୍ୱାରା ଶରୀରରେ ଆଇରନ୍ର ମାତ୍ରା କମ୍ ହୋଇ ଯାଇଥାଏ । ଆଇରନ୍ ଯୁକ୍ତ ଖାଦ୍ୟ ଶରୀର ପାଇଁ ଭଲ । କିନ୍ତୁ କେବେ ହେଲେ ଏହାକୁ ଚା’ ସହିତ ଖାଆନ୍ତୁ ନାହିଁ । ଏପରି କଲେ ରକ୍ତହୀନତା ସହ ଅନେକ ସମସ୍ୟା ଦେଖା ଦେଇପାରେ ।
୨. ଚା’ ସହିତ ଅଣ୍ଡା ,ପନିର କିମ୍ବା ଅନ୍ୟ ପ୍ରୋଟିନ୍ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ । ଚା’ରେ ଥିବା ଟେନିନ୍ ପ୍ରୋଟିନ୍କୁ ଅବଶୋଷିତ କରି ଶରୀରକୁ କ୍ଷତି ପହଞ୍ଚାଇଥାଏ ।
୩. ଚା’ର ସେବନ କରୁଥିଲେ ତା’ ସହ ସବୁଜ ପରିବା ଖାଆନ୍ତୁ ନାହିଁ । ବ୍ରୋକ୍ଲି, ପୋଇ, ମୂଳା ଇତ୍ୟାଦି ପରିବାରେ ଭରପୂର ମାତ୍ରରେ ଆଇରନ ରହିଥାଏ । ଯାହାଦ୍ୱାରା ଚା’ ସହିତ ଏହାକୁ ସେବନ କଲେ ଶରୀରରେ ରକ୍ତହୀନତା, ପାଚନ ସମ୍ବନ୍ଧିତ ସମସ୍ୟା, ପେଟରେ ଯନ୍ତ୍ରଣା ହେବା ଭଳି ସମସ୍ୟା ଦେଖା ଯାଇଥାଏ ।