ଅଳ୍ପ ଉଷୁମ ପାଣିରେ ଲେମ୍ବୁ ଚିପୁଡ଼ି ପିଇଲେ କି ଲାଭ ହୁଏ ଜାଣନ୍ତି କି ?

ଖରା ଦିନେ ଘରକୁ ଅତିଥି ଆସିଲେ ଆମେ ସାଧାରଣତଃ ଲେମ୍ବୁ ସରବତ୍‌ ପିଇବାକୁ ଦେଇଥାଉ। ଅବଶ୍ୟ ଆଜିକାଲି ଏହାର ପ୍ରଚଳନ କମିଗଲାଣି। କିନ୍ତୁ ଏହା ସ୍ୱାସ୍ଥ୍ୟପକ୍ଷେ ହିତକାରକ ବୋଲି ସମସ୍ତଙ୍କୁ ଜଣା। ସମସ୍ତେ ଜାଣନ୍ତି ଯେ ଲେମ୍ବୁ ପାଣି ଓଜନ ହ୍ରାସ ହୋଇଥାଏ । ଆଉ କେତକ ଲୋକ ସକାଳେ ଉଠିବାପରେ ଅଳ୍ପ ଉଷୁମ ପାଣିରେ ଲେମ୍ବୁ ଚିପୁଡ଼ି ପିଇଥାନ୍ତି। ଏହା ଫଳରେ କୋଷ୍ଠକାଠିନ୍ୟତା ଦୂର ହୋଇଥାଏ ବୋଲି କୁହାଯାଏ। କିନ୍ତୁ ଏତଦ୍‌ବ୍ୟତୀତ ଏହାର ମଧ୍ୟ ଅନେକ ଉପକାରିତା ଅଛି । ଆସନ୍ତୁ ଜାଣିବା ସେ ସଂପର୍କରେ । ଲେମ୍ବୁ ପାଣି ପିିଇବା ଦ୍ୱାରା କେତେକ ରୋଗରୁ ମୁକ୍ତି ମିଳିଥାଏ ।

ଲେମ୍ବୁରେ ଭିଟାମିନ୍‌ ସି ପ୍ରଚୁର ପରିମାଣରେ ଥାଏ । ଲେମ୍ବୁ ପାଣି ପିଇବା ଦ୍ୱାରା ମୁହଁରେ ହୋଇଥିବା ନାଲି ଦାଗ ଦୂର ହୋଇଥାଏ । ଲେମ୍ବୁ ପାଣିକୁ ମୁହଁରେ ବ୍ୟବହାର କଲେ, ଡେଡ୍‌ ସେଲ୍‌କୁ ବାହାର କାରି ଦେଇଥାଏ ଏବଂ ଅତ୍ୟାଧିକ ତୈଳ ଅଂଶକୁ ମଧ୍ୟ ବାହାର କରିଦେଇଥାଏ । ଲେମ୍ବୁ ପାଣି ପିଇବା ଦ୍ୱାରା ଏହା ମେଟାବୋଲିଜମକୁ ବଢେଇ ଦେଇଥାଏ । ଏହା ସ୍ୱାସ୍ଥ୍ୟକୁ ମଧ୍ୟ ଭଲ ରଖିଥାଏ । କିଡନିରେ ହୋଇଥିବା ଷ୍ଟୋନକୁ ମଧ୍ୟ ନଷ୍ଟ କରିଥାଏ । ଏହା ରୋଗ ପ୍ରତିରୋଧ କ୍ଷମତା ବୃଦ୍ଧି କରିବାରେ ସହାୟକ ହୋଇଥାଏ । ଯଦି ଥଣ୍ଡା ହୋଇଥାଏ, ତା’ହେଲେ ଆପଣ ଲେମ୍ବୁ ପାଣି ପିଅନ୍ତୁ । ଲେମ୍ବୁ ପାଣି ପିଇବା ଦ୍ୱାରା ଏହା ଡିହାଇଡ୍ରେସନରୁ ରକ୍ଷା କରିଥାଏ । ଆଜମା ଆଦି ରୋଗରେ ପୀଡିତ ଥିବା ଲୋକଙ୍କ ପାଇଁ ଲେମ୍ବୁ ପାଣି ଭଲ କାମ କରିଥାଏ ।

photo- coconutmagic.com

ଲେମ୍ବୁ ପାଣି ଆଲକୋହଲ ପିଇବା ଦ୍ୱାରା ହୋଇଥିବା ନିଶାକୁ ମଧ୍ୟ ନିୟନ୍ତ୍ରଣ କରିଥାଏ । ଲେମ୍ବୁ ପାଣି ପିଇବା ଦ୍ୱାରା ଶରୀର ଠିକ୍‌ ଭାବରେ କାମ କରିଥାଏ । ଶରୀରରେ ଉତ୍ପନ ହେଉଥିବା ଲାକ୍ଟିକ୍‌ ଏସିଡ୍‌କୁ କମ୍‌ କରିବାରେ ସହାୟକ କରିଥାଏ । ଲେମ୍ବୁ ପାଣି ବ୍ୟାକ୍ଟେରିଆ କୁ ମାରିଥାଏ । ଯଦି ଫୁଡ୍‌ ପଏଜନିଂ ହୋଇଥାଏ, ତା’ହେଲେ ଲେମ୍ବୁ ପାଣି ପିଇଲେ ଏହା ଦୂର କରିଥାଏ । ଯଦି ଆପଣ ପାକସ୍ଥଳି ସଂପର୍କୀତ କିଛି ରୋଗରେ ପୀଡିତ , ତା’ହେଲେ ଲେମ୍ବୁ ପାଣି ପିଇବା ଦ୍ୱାରା ଭଲ ହୋଇଥାଏ ।

ସମ୍ବନ୍ଧିତ ଖବର