Advertisment

ଶୀତଦିନେ ଗରମ ଲେମ୍ବୁ ପାଣି ପିଇବା ଶରୀର ପାଇଁ ଲାଭଦାୟକ କି?

Advertisment
ଶୀତଦିନେ ଗରମ ଲେମ୍ବୁ ପାଣି ପିଇବା ଶରୀର ପାଇଁ ଲାଭଦାୟକ କି?

Lifehack

ଯଦି ସକାଳର ଆରମ୍ଭ ଭଲରେ ହୋଇଥାଏ, ତେବେ ପୂରା ଦିନ ଭଲରେ କଟିଥାଏ । ଅଧିକାଂଶ ଲୋକ ଦିନର ଆରମ୍ଭ ଚା’ ବା କଫିରୁ କରିଥାନ୍ତି । କିନ୍ତୁ କେବେ ଆପଣ ଗରମ ପାଣିରେ ଲେମ୍ବୁର କିଛି ବୁନ୍ଦା ପକାଇ ପିଇଛନ୍ତି କି? କିଛି ଲୋକ ଶୀତ ଦିନେ ଗରମ ଲେମ୍ବୁ ପାଣି ପିଇବା ଶରୀର ପାଇଁ ଲାଭଦାୟକ କି ନାହିଁ ବୋଲି ଭାବି ପିଇବାକୁ ଡ଼ରିଥାନ୍ତି । କିନ୍ତୁ ଶୀତ ଦିନେ ମଧ୍ୟ ଏହାର ସେବନ କରିବା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏହାକୁ ଆପଣ ଖାଲି ପେଟରେ ମଧ୍ୟ ପିଇ ପାରିବେ । ଏବେ ଆସନ୍ତୁ ଜାଣିବା, ଏହାକୁ ପିଇବା ଦ୍ୱାରା ଶରୀରକୁ କ’ଣ ସବୁ ଲାଭ ମିଳିଥାଏ?

୧. ଲେମ୍ବୁରେ ଭିଟାମିନ୍‌ ସି, ପଟାସିୟମ ଏବଂ ଆଇରନ ରହିଥାଏ । ଯାହାଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ । ଶୀତଦିନେ ଗରମ ଲେମ୍ବୁ ପାଣି ପିଇବା ଦ୍ୱାରା ଥଣ୍ଡା, ଜ୍ୱର ଏବଂ କାଶ ହେବା ଭଳି ସମସ୍ୟା ଦେଖା ଯାଇ ନ ଥାଏ ।
୨. ଗରମ ଲେମ୍ବୁ ପାଣି ପିଇବା ଦ୍ୱାରା ଶରୀରରେ ଥିବା ବିଷାକ୍ତ ପଦାର୍ଥ ପରିସ୍ରା ମାଧ୍ୟମରେ ବାହାରକୁ ବାହାରି ଯାଇଥାଏ । ଯାହାଦ୍ୱାରା ପାଚନ କ୍ରିୟା ମଜବୁତ୍‌ ହୋଇଥାଏ । ଏହା ସହ ସକାଳ ସମୟରେ ଗରମ ଲେମ୍ବୁ ପାଣି ପିଇବା ଦ୍ୱାରା ଅପଚ ବା କୋଷ୍ଠକାଠିନ୍ୟ ସମସ୍ୟାରୁ ମଧ୍ୟ ଆରାମ ମିଳିଥାଏ ।

Related image standardmedia.co.ke

୩. ଗରମ ଲେମ୍ବୁ ପାଣି ପିଇବା ଦ୍ୱାରା ଶରୀରରେ ପିଏଚ୍‌ ସ୍ତର ନିୟନ୍ତ୍ରଣ ହୋଇ ରହିଥାଏ । ଏହା ସହ ଶରୀରରେ ଥିବା ବିଷାକ୍ତ ପଦାର୍ଥକୁ ବାହାରକୁ ବାହାର କରି ଏହା ଯକୃତକୁ ସକ୍ରିୟ କରିଥାଏ।
୪. ସକାଳୁ ଖାଲିପେଟରେ ଲେମ୍ବୁ ପାଣି ପିଇବା ଦ୍ୱାରା ମେଟାବୋଲିଜିମ୍‌ ବଢ଼ିବା ସହ ଫ୍ୟାଟ୍‌ କମ ହୋଇଥାଏ । ଏହା ଦ୍ୱାରା ଓଜନ ବୃଦ୍ଧି ଭଳି ସମସ୍ୟା ଦେଖାଯାଇ ନ ଥାଏ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe